ଖୋର୍ଦ୍ଧା: ନବୀନ ସରକାରଙ୍କ 21 ବର୍ଷର ଶାସନ ମଧ୍ୟରେ 7 ହଜାର ପାଞ୍ଚଶହ ଶିଶୁ ନିଖୋଜ ହେବା ସହ ଦୁଷ୍କର୍ମ ଓ ହତ୍ୟାର ଶିକାର ହୋଇଥିବା କହି ଆଜି ବର୍ଷିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ । ସେ ଆହୁରି ମଧ୍ୟ କହିଛନ୍ତି ଖୋର୍ଦ୍ଧା ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବେଳେ ଲୁଟରାଜ, ମର୍ଡର, ନିଶା କାରବାର ବୃଦ୍ଧି ପାଉଛି । କିନ୍ତୁ ନିଜେ ମୁଖ୍ୟମନ୍ତ୍ରୀ ଏହାର ଦାୟିତ୍ବରେ ଥାଇ ମଧ୍ୟ ଏଥିରେ ରୋକ ଲଗାଇ ପାଉନାହାନ୍ତି ।
ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା: ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରିଲା କଂଗ୍ରେସ - khurdha
ରାଜ୍ୟରେ ନିଖୋଜ ଶିଶୁ, ଦୁଷ୍କର୍ମ ଓ ହତ୍ୟା ବଢୁଥିବା ନେଇ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ନେତୃତ୍ବରେ କଂଗ୍ରେସ ପକ୍ଷରୁ ଧାରଣା । ଅଧିକ ପଢନ୍ତୁ...

ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା: ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରିଲା କଂଗ୍ରେସ
ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା: ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରିଲା କଂଗ୍ରେସ
ଏହାର ପ୍ରତିବାଦରେ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ନେତୃତ୍ବରେ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ଏସପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ