ଓଡିଶା

odisha

By

Published : Apr 18, 2023, 9:52 PM IST

ETV Bharat / state

ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଏହି ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବା ହିଁ ଆମର ଲକ୍ଷ୍ୟ। ଏହି ସମସ୍ତ ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି ଆମକୁ ଶିକ୍ଷାକ୍ଷେତ୍ରରେ ସ୍ୱତନ୍ତ୍ର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପଡ଼ିବ। ଅଧିକ ପଢନ୍ତୁ

ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର  ଅନୁଷ୍ଠିତ
ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଭୁବନେଶ୍ବର: ସମ୍ବଲପୁର ଜୋନର ୧୨ ଟି ଜିଲ୍ଲାର ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି। ଏହି ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବା ହିଁ ଆମର ଲକ୍ଷ୍ୟ। ଏହି ସମସ୍ତ ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି ଆମକୁ ଶିକ୍ଷାକ୍ଷେତ୍ରରେ ସ୍ୱତନ୍ତ୍ର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପଡ଼ିବ । ୨୦୩୬ ମସିହାରେ ରାଜ୍ୟର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆମର ଲକ୍ଷ୍ୟ ରହିଛି । ଏହା ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ।

କାର୍ଯ୍ୟକ୍ରମରେ ଡିଇଓ, ବିଇଓ ଓ ସିଆରସିସିମାନେ ବିଦ୍ୟାଳୟ ପର୍ଯ୍ୟବେକ୍ଷଣ କରିବା, ଛାତ୍ରମାନଙ୍କ ନାମଲେଖା, ଶତପ୍ରତିଶତ ପିଲା ଦଶମ ପରୀକ୍ଷା ଦେବା, ଡ୍ରପ ଆଉଟ କମାଇବା, ପିଲାମାନଙ୍କୁ ପୁନଃ ସ୍କୁଲକୁ ଫେରାଇ ଆଣିବା ଏବଂ ଛୁଟିରେ ଶିକ୍ଷକମାନେ ପିଲାମାନଙ୍କ ଘରକୁ ଯାଇ ସେମାନଙ୍କ ପାଠ୍ୟକ୍ରମ ସଂପର୍କରେ ପଚାରି ବୁଝିବା ବାବଦରେ ଗଣଶିକ୍ଷା ମନ୍ତ୍ରୀ ଗୁରୁତ୍ୱ ପ୍ରଦାନ କରିଛନ୍ତି । ବିଭାଗୀୟ ଶାସନ ସଚିବ ଆଶ୍ୱଥୀ ଏସ. ଶିକ୍ଷାର ବିକାଶ ଏବଂ ବିଭାଗର ସମସ୍ତ ସ୍କିମ ତଥା ଉଦ୍ୟମର ସଫଳ ରୂପାୟନ ନିମନ୍ତେ ଯଥାସାଧ୍ୟ ପ୍ରୟାସ କରିବାକୁ ଡିଇଓ ଏବଂ ବିଇଓମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ଓସେପା) ଅନୁପମ ସାହା, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ର, ଏସସିଇଆରଟିର ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମର ପରିଚାଳନା କରିଛନ୍ତି। ସମ୍ବଲପୁର ଜୋନର ୧୨ଟି ଜିଲ୍ଲାରୁ ଆସିଥିବା ସମସ୍ତ ଡିଇଓ ଏବଂ ବିଇଓଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ପଦାଧିକାରୀ ଯୋଗ ଦେଇଛନ୍ତି।

ସୂଚନାଯୋଗ୍ଯଯେ ଅନୁଷ୍ଠିତ ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନକୁ ସାକାର କରିବା ହିଁ ଆମର ଲକ୍ଷ୍ୟ। ଏହି ସମସ୍ତ ଚିରାଚରିତ କାର୍ଯ୍ୟପନ୍ଥାରୁ ବାହାରି ଆମକୁ ଶିକ୍ଷାକ୍ଷେତ୍ରରେ ସ୍ୱତନ୍ତ୍ର କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ପଡ଼ିବ। “୨୦୩୬ ମସିହାରେ ରାଜ୍ୟର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆମର ଲକ୍ଷ୍ୟ’’ ରହିଛି।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details