ଭୁବନେଶ୍ବର: ଆସନ୍ତା ଦୁଇ ବର୍ଷ ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରେ ଇ-ଡାକ୍ତରଖାନା ପରିଚାଳନା ବ୍ୟବସ୍ଥା କାର୍ଯ୍ୟକାରୀ ହେବ । ଏହି ବ୍ୟବସ୍ଥା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ପ୍ରସ୍ତୁତ କରାଯାଉଥିବା କଥା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି । ସୋମବାର ଜାତୀୟ ସ୍ୱାସ୍ଥ୍ୟ ମିଶନ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି ।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଇ-ଡାକ୍ତରଖାନା ପରିଚାଳନା ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ 100 ଦିନିଆ ଏକ ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି । ନୂତନ ପ୍ରକଳ୍ପର ଚୂଡାନ୍ତ ରୂପରେଖ ଖୁବଶୀଘ୍ର କରାଯିବ ଓ 2025 ସୁଦ୍ଧା ଏହାକୁ ସମ୍ପୂର୍ଣ୍ଣ କାର୍ଯ୍ୟକାରୀ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।