ଭୁବନେଶ୍ୱର: ଭୁବନେଶ୍ୱର ଷ୍ଟେସନର ନୂଆ ବିଲ୍ଡିଂ କାର୍ଯ୍ୟ ଆରମ୍ଭ ପୂର୍ବରୁ ସମୀକ୍ଷା କଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ । ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ଭୁବନେଶ୍ୱର ରେଳ ଷ୍ଟେସନର ନିରୀକ୍ଷଣ କରିଛନ୍ତି । ଏହାସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା ମଧ୍ୟ କରିଛନ୍ତି । ଓଡ଼ିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ନିରନ୍ତର ତଦାରଖ ଏବଂ ପ୍ରାଥମିକତା ତାଙ୍କ ଅଧୀନରେ ରହିଛି ।
ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଆଜି ଭୁବନେଶ୍ୱର ରେଳ ଷ୍ଟେସନର ବିସ୍ତୃତ ଚଳପ୍ରଚଳ ସ୍ଥାନ, ଟିକେଟ ସଂରକ୍ଷଣ କେନ୍ଦ୍ର, ଷ୍ଟେସନ ଏବଂ ପ୍ଲାଟଫର୍ମରେ ଉପଲବ୍ଧ ବିଭିନ୍ନ ଯାତ୍ରୀ ସୁବିଧା ଗୁଡିକର ଯାଞ୍ଚ କରିଛନ୍ତି । ମହାପ୍ରବନ୍ଧକ ପ୍ରସ୍ତାବିତ ନୂତନ ଷ୍ଟେସନ୍ ବିଲ୍ଡିଂର ଡିଜାଇନର ସମୀକ୍ଷା କରିବା ସହ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ବିଷୟରେ ପଚାରି ବୁଝିଛନ୍ତି ।