ଓଡିଶା

odisha

ଖୋର୍ଦ୍ଧାରେ ଚାଲିଛି ଜବରଦଖଲ ଉଚ୍ଛେଦ

By

Published : Sep 11, 2019, 7:41 PM IST

ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଆରମ୍ଭ ହୋଇଛି ସରକାରୀ ଜମି ଉପରେ ବେଆଇନ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା । ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ କରାଯାଇଥିଲା ।

ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ଖୋର୍ଦ୍ଧା: ପୌର ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ସହରର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଜବରଦଖଲ କରିଥିବା ବିଭିନ୍ନ ବ୍ୟବସାୟୀଙ୍କ ଦୋକାନକୁ ଉଚ୍ଛେଦ କରାଯାଇଛି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ଉଚ୍ଛେଦ ପ୍ରକ୍ରିୟାରେ ଚାଲିଥିବା ସମୟରେ ଖୋର୍ଦ୍ଧା ତହସିଲଦାର, ପୌର ପରିଷଦ ନିର୍ବାହୀ ଅଧିକାରୀଙ୍କ ସହ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ । ଆଗାମୀ ଦିନରେ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିବ ବୋଲି ପୌର ପରିଷଦ ନିର୍ବାହୀ ଅଧିକାରୀ କହିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details