ଖୋର୍ଦ୍ଧା: ଜଣେ ୮୩ ବର୍ଷୀୟ ବୃଦ୍ଧଙ୍କୁ ଅକ୍ଷତ ଜୀବନ୍ତ ଅବସ୍ଥାରେ ଗଭୀର କୂପରୁ ଉଦ୍ଧାର କରି ପ୍ରଶଂସା ସାଉଁଟିଛି ଅଗ୍ନିଶମ ବିଭାଗ । ଏପରି ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ଅଞ୍ଚଳରେ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।
ସୂଚନା ମୁତାବକ, ଆଜି ସକାଳେ ନାଚୁଣୀ ବଜାରର ଶତ୍ରୁଘ୍ନ ସୁବୁଦ୍ଧିଙ୍କ ଘର ପଛପଟେ ଥିବା ୩୨ ଫୁଟ ଗଭୀର କୂପ ଭିତରକୁ ସୁଦେଇ ମହାପାତ୍ର (୮୩) ନାମକ ଜଣେ ବୃଦ୍ଧ ଅସାବଧାନତା ବଶତଃ ଗଳି ପଡ଼ିଥିଲେ । ଏହା ଦେଖି ଶତ୍ରୁଘ୍ନଙ୍କ ପରିବାର ଲୋକେ ଗଙ୍ଗାଧରପୁର ଅଗ୍ନିଶମ ବାହିନୀକୁ ତୁରନ୍ତ ଯୋଗାଯୋଗ କରିଥିଲେ ।