ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ପୁଣି ସକ୍ରିୟ ହୋଇଛି ପଶ୍ଚିମା ଝଡ । ଏହାର ପ୍ରଭାବରେ ରାଜ୍ୟରେ ୩ରୁ ୪ ଦିନ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼ ପବନ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବ ସହ ଟ୍ରପ ଲାଇନ ସମୁଦ୍ର ପତନରୁ ୦.୯ କିମି ବାୟୁମଣ୍ଡଳରେ ରହିଛି । ଏପରିକି ଏକ ଘୂର୍ଣ୍ଣିବାତ୍ୟା ମଧ୍ୟ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ଉଭୟ ଭାରତୀୟ ଓ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ । ଆଭ୍ୟନ୍ତରୀଣ ତଥା ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଏହାକୁ ଦୃଷ୍ଚିରୁ ରଖି ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ଉପକୂଳ ଓଡ଼ିଶାର ୮ ଜିଲ୍ଲାକୁ ମଧ୍ୟ ୟେଲୋ ଆଲର୍ଟ ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଣପତି, ମୟୂରଭଞ୍ଜ ଓ କେନ୍ଦୁଝର ।