ଓଡିଶା

odisha

By

Published : Apr 1, 2023, 6:40 PM IST

ETV Bharat / state

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ଜାରି, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ

heavy rainfall expected in odisha
ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ଜାରି

ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ଜାରି

ଭୁବନେଶ୍ବର:ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ । ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷାରେ ବେହାଲ ହେଉଛି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିର ରଖି ୧୩ ଜିଲ୍ଲାକୁ ୟେଲୋ ୱେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ଆକଳନ କରାଯାଇଛି । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, କନ୍ଧମାଳ, ରାୟଗଡ଼ା ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଘଣ୍ଟାପ୍ରତି ପବନର ବେଗ ୪୦ ରୁ ୫୦ କିଲୋମିଟର ରହିବ । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ , କେନ୍ଦୁଝର ଜିଲ୍ଲାଗୁଡିକୁ ସତର୍କତା ଜାରି କରାଯାଇଛି । ଆସନ୍ତା ୩ ତାରିଖରେ ଉପକୂଳ ଓଡ଼ିଶାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ଏଥିପାଇଁ କୌଣସି ସତର୍କତା ଦିଆଯାଇନାହିଁ ।

ଏହା ମଧ୍ୟ ପଢ଼ନ୍ତୁ:ଉଚ୍ଚ ଶିକ୍ଷାନୁଷ୍ଠାନର ସୋସିଆଲ ମିଡିଆ ହେଉନାହିଁ ଅପଡେଟ, ୬ ତାରିଖ ସୁଦ୍ଧା ବ୍ୟବହାର କରିବାକୁ ନିର୍ଦ୍ଦେଶ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର ବିଶ୍ବାସ ସୂଚନା ଦେଇ କହିଛନ୍ତି,"୨ ତାରିଖ ପରଠାରୁ କୌଣସି ଜିଲ୍ଲାକୁ ସତର୍କତା ଜାରି କରାଯାଇନଥିବା ବେଳେ ସେହିଦିନ ରାତିରେ ପୁଣି ଏକ ପଶ୍ଚିମା ଝଡ଼ ସକ୍ରିୟ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ଅଧିକ ସମ୍ଭାବନା ରହିଛି ।"

ସେପଟେ କାଳବୈଶାଖୀର ମୁକାବିଲା ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ ବିଜୁଳି ସହ ପ୍ରବଳ ବର୍ଷା ପବନ ହୋଇଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଢେଙ୍କାନାଳ, ଦାରିଙ୍ଗିବାଡ଼ିରେ ପ୍ରବଳ ବର୍ଷା ହୋଇଛି । କନ୍ଧମାଳର ଦାରିଙ୍ଗିବାଡିରେ ସର୍ବାଧିକ ୬୭.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details