ଓଡିଶା

odisha

ETV Bharat / state

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୂଚନା ଅଧିକାର କର୍ମୀଙ୍କ ଆମରଣ ଅନଶନ - rti member protest aginst corroption

ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ବୁଧବାର ପୁଣି ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଲେ ସୂଚନା ଅଧିକାର କର୍ମୀ ବିଭୁତି ଭୂଷଣ ଦାଶ ।

protest
ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

By

Published : Dec 18, 2019, 12:59 PM IST


ଖୋର୍ଦ୍ଧା: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଲେ ସୂଚନା ଅଧିକାର କର୍ମୀ ବିଭୁତି ଭୂଷଣ ଦାଶ । ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଦାବିରେ ବୁଧବାର ପୁଣି ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସେ ଆମରଣ ଅନଶନରେ ବସିଥିଲେ ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ସୂଚନା ଅନୁଯାୟୀ, ବେଗୁନିଆ ବ୍ଲକ ପୋଡାଡିହ ପଞ୍ଚାୟତରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ନେଇ ବାରମ୍ବାର ଜିଲ୍ଲା ପ୍ରଶାସନକୁ ବିଭୁତି ଭୂଷଣ ଅଭିଯୋଗ କରିଥିଲେ । ମାତ୍ର ଘଟଣାର ତଦନ୍ତ ହୋଇନଥିବାରୁ ଗତ ନଭେମ୍ବର 21 ତାରିଖରେ ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ ।

ଏହାପରେ ମଧ୍ୟ ତଦନ୍ତରେ ଶୀଥିଳତାକୁ ନେଇ ବାଧ୍ୟ ହୋଇ ସେ ଆଜି(ବୁଧବାର) ପୁଣିଥରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଥିଲେ । ସେପଟେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ତଦନ୍ତ ସରିଥିବାବେଳେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସେ ଅନଶନରୁ ଉଠିଥିବା ସୂଚନା ମିଳିଛି।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details