ଓଡିଶା

odisha

ETV Bharat / state

ନୂତନ ପ୍ରୋବାୟୋଟିକ ଆବିଷ୍କାର କଲା ILS, ଜନଜାତିର ସ୍ୱାସ୍ଥ୍ୟରେ ଉନ୍ନତି କରିବା ଲକ୍ଷ୍ୟ - ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ

ରାଜ୍ୟର ଆଦିବାସୀ ସମ୍ପ୍ରଦାୟର ସ୍ୱାସ୍ଥ୍ୟ ଏବଂ ପୁଷ୍ଟିକୁ ଦୃଷ୍ଟିରେ ରଖି ଏକ ଅଭିନବ ଗବେଷଣା କରିଛି ଆଇ ଏଲ୍ ଏସ। ଅଧିକ ପଢନ୍ତୁ

ILS discover  Probiotic Bacteria
ILS discover Probiotic Bacteria

By

Published : May 4, 2023, 10:02 PM IST

ଭୁବନେଶ୍ବର : ବାୟୋଟେକ୍ନୋଲୋଜି ଅନୁସନ୍ଧାନର ଏକ ଉତ୍କର୍ଷ କେନ୍ଦ୍ର ହେଉଛି ଭୁବନେଶ୍ଵର ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ (ଆଇ .ଏଲ.ଏସ) । ରାଜ୍ୟର ଆଦିବାସୀ ସମ୍ପ୍ରଦାୟର ସ୍ୱାସ୍ଥ୍ୟ ଏବଂ ପୁଷ୍ଟିକୁ ଦୃଷ୍ଟିରେ ରଖି ଏକ ଅଭିନବ ଗବେଷଣା କରିଛି ଆଇ ଏଲ୍ ଏସ। ପ୍ରାୟ ତିନି ବର୍ଷ ପୂର୍ବେ ଏହି ଗବେଷଣା ଆରମ୍ଭ କରାଯାଇଥିଲା। ତେବେ ଆଇ.ଏଲ୍.ଏସ.ର ପୂର୍ବତନ ନିର୍ଦ୍ଦେଶକ ସ୍ଵର୍ଗତଃ ଡକ୍ଟର ଅଜୟ ପରିଡାଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ଆଦିବାସୀମାନଙ୍କ ସ୍ୱାସ୍ଥ୍ୟ ଏବଂ ପୁଷ୍ଟି ସମ୍ବନ୍ଧିତ କାର୍ଯ୍ୟର ଫ୍ଲାଗସିପ କାର୍ଯ୍ୟକୁ ସମର୍ଥନ କରିଛି। ଏହି ଗବେଷଣାରେ ଆଇ.ଏଲ୍.ଏସର ଏକାଧିକ ବୈଜ୍ଞାନିକମାନେ ଏହି ପ୍ରକଳ୍ପର ବିଭିନ୍ନ ଦିଗରେ ଗବେଷଣା କରୁଛନ୍ତି। ଯାହାକି ରାଜ୍ୟର ଜନଜାତିର ସ୍ୱାସ୍ଥ୍ୟରେ ଉନ୍ନତି କରିବା ଲାଗି ଲକ୍ଷ୍ୟ ରଖାଯାଇଛି।

ତେବେ ଏନେଇ ଗବେଷଣା ଅଧ୍ୟୟନରେ ଆଇ.ଏଲ୍.ଏସ୍. ଗବେଷକମାନେ ଏହି ଆଦିବାସୀ ଲୋକଙ୍କ ସ୍ୱାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଉପକାରୀ ଜୀବାଣୁକୁ ଅନୁସନ୍ଧାନ କରିବାକୁ ଯୋଜନା କରିଥିଲେ। ପ୍ରୋବାୟୋଟିକ ହେଉଛି ଏକ ପ୍ରକାର ର ଉପକାରୀ ଅଣୁଜୀବ ଯାହା ଜୀବନ୍ତ ଅବସ୍ଥାରେ ପର୍ଯ୍ୟାପ୍ତ ପରିମାଣରେ ସେବନ କଲେ ମଣିଷ ଏବଂ ପଶୁମାନଙ୍କୁ ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟ ସମ୍ଵନ୍ଧିତ ଉପକାର ଯୋଗାଇଥାଏ। ଏହି ସହାୟକ ପ୍ରୋବାୟୋଟିକମାନେ ତରଳ ଝାଡ଼ା, ମେଦ ବହୁଳତା ଏବଂ ଅନେକ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ପ୍ରତିରୋଧ ଏବଂ ନିୟନ୍ତ୍ରଣରେ ଉପଯୋଗୀ ହୋଇଥାନ୍ତି। ତେବେ ରାଜ୍ୟର ଜନଜାତିମାନଙ୍କର ଖାଦ୍ୟ ଅଭ୍ୟାସ, ସଂସ୍କୃତି ଏବଂ ପରିସଂସ୍ଥାକୁ ହୃଦୟଙ୍ଗମ କରି ଆଇ.ଏଲ୍.ଏସ ର ବୈଜ୍ଞାନିକ ସମ୍ଭାବ୍ୟ ପ୍ରୋବୋୟୋଟିକ୍ସ କୁ ଅନୁସନ୍ଧାନ କରିବାକୁ ଯୋଜନା କରିଥିଲେ। ଏହାକୁ ନେଇ ଆଇ.ଏଲ୍.ଏସ୍.ର ବୈଜ୍ଞାନିକ ଡକ୍ଟର ଶାନ୍ତିଭୂଷଣ ସେନାପତିଙ୍କ ଗବେଷଣା ଦଳ ଆଇଏଲ୍ଏସ୍ ରୁ ଏକାଧିକ ପ୍ରୋବାୟୋଟିକକୁ ଚିହ୍ନଟ ଏବଂ ପୃଥକ କରିଛନ୍ତି।

ତେବେ ଏହିପରି ଏକ ଉପଯୋଗୀ ପ୍ରୋବାୟୋଟିକ ର ପୁରା ଜିନୋମ କ୍ରମ ଏବଂ ଅନ୍ୟାନ୍ୟ ପ୍ରୋବାୟୋଟିକ ଗୁଣଗୁଡିକ ଅନୁସନ୍ଧାନ କରିଛନ୍ତି। ଏହି କାର୍ଯ୍ୟଟି “ୱାର୍ଲ୍ଡ ଜର୍ନାଲ୍ ଅଫ ମାଇକ୍ରୋବାୟୋଲୋଜି ଏଣ୍ଡ ବାୟୋଟେକ୍ନୋଲୋଜି” ରେ ପ୍ରକାଶିତ ହୋଇଛି। ଯାହାକି ଏହା ହେଉଛି ଏକ ପ୍ରତିଷ୍ଠିତ ଆନ୍ତର୍ଜାତୀୟ ପତ୍ରିକା। ଅନ୍ୟପଟେ ଆଇ.ଏଲ୍.ଏସ୍. ନିର୍ଦ୍ଦେଶକ ଡକ୍ଟର. ପୁଲୋକ କୁମାର ମୁଖାର୍ଜୀ ଏହି ସଫଳତା ଉପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି।

ଭବିଷ୍ୟତରେ ଏହି ପ୍ରୋବାୟୋଟିକ ଯୁକ୍ତ ଖାଦ୍ୟର ବିକାଶ ପାଇଁ ଏହି ପ୍ରୟାସକୁ ଅଧିକତର କରିବାକୁ ମଧ୍ୟ ଆଶା ପ୍ରକାଶ କରିଛନ୍ତି । ଆଇ.ଏଲ୍.ଏସ୍. ନିର୍ଦ୍ଦେଶକ ଡକ୍ଟର. ପୁଲୋକ କୁମାର ମୁଖାର୍ଜୀ ଏହି ସଫଳତା ଉପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ଭବିଷ୍ୟତରେ ଏହି ପ୍ରୋବାୟୋଟିକ ଯୁକ୍ତ ଖାଦ୍ୟର ବିକାଶ ପାଇଁ ଏହି ପ୍ରୟାସକୁ ଅଧିକତର କରିବାକୁ ମଧ୍ୟ ଆଶା ପ୍ରକାଶ କରିଛନ୍ତି।

ଏହି ପ୍ରୋବାୟୋଟିକ୍ସର ଉତ୍ପତ୍ତି ଓଡିଶାର ଜନଜାତିଙ୍କ ଠାରୁ ହୋଇଛନ୍ତି। ତେବେ ଡକ୍ଟର ସେନାପତି ଆଶା କରିଛନ୍ତି ଯେ ଏହି ଜିବାଣୁମାନେ ରାଜ୍ୟର ଆଦିବାସୀମାନଙ୍କ ସ୍ୱାସ୍ଥ୍ୟ ପ୍ରୋତ୍ସାହନ ପାଇଁ ଅଧିକ ଲାଭଦାୟକ ହେବ। ଭବିଷ୍ୟତରେ ସାମଗ୍ରିକ ସ୍ୱାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବାରେ ସାହାଯ୍ୟ କରିବ। ଜନ ନିର୍ଦ୍ଦିଷ୍ଟ ପ୍ରୋବାୟୋଟିକ ର ବିକାଶ ଦିଗରେ ଏହା ଏକ ଉତ୍ସାହଜନକ ପଦକ୍ଷେପ ବୋଲି କହିଛନ୍ତି ଡାକ୍ତର ସେନାପତି।। ଏହି ପ୍ରୋବାୟୋଟିକ୍ସର ଉତ୍ପତ୍ତି ଓଡିଶାର ଜନଜାତିଙ୍କ ଠାରୁ ହୋଇଛନ୍ତି। ତେବେ ଡକ୍ଟର ସେନାପତି ଆଶା କରିଛନ୍ତି ଯେ ଏହି ଜିବାଣୁମାନେ ରାଜ୍ୟର ଆଦିବାସୀମାନଙ୍କ ସ୍ୱାସ୍ଥ୍ୟ ପ୍ରୋତ୍ସାହନ ପାଇଁ ଅଧିକ ଲାଭଦାୟକ ହେବ। ଭବିଷ୍ୟତରେ ସାମଗ୍ରିକ ସ୍ୱାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବାରେ ସାହାଯ୍ୟ କରିବ। ଜନ ନିର୍ଦ୍ଦିଷ୍ଟ ପ୍ରୋବାୟୋଟିକ ର ବିକାଶ ଦିଗରେ ଏହା ଏକ ଉତ୍ସାହଜନକ ପଦକ୍ଷେପ ବୋଲି କହିଛନ୍ତି ଡାକ୍ତର ସେନାପତି।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details