ଓଡିଶା

odisha

ETV Bharat / state

ରାଜ୍ୟରେ ବଢିଛି ବର୍ଷାର ପରିମାଣ, ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ

୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

By ETV Bharat Odisha Team

Published : Aug 23, 2023, 10:47 PM IST

୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଆଜିଠୁ ରାଜ୍ୟରେ ବଢିଛି ବର୍ଷାର ପରିମାଣ । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକର ପ୍ରଭାବ ନାହିଁ । ସେପଟେ ମୌସୁମୀ ନିମ୍ନଚାପରେଖା ବି ସ୍ବାଭାବିକ ଅବସ୍ଥାନରୁ ଉତ୍ତରକୁ ଢଳିକି ରହିଛି । ଏହାଦ୍ବାରା ରାଜ୍ୟ ମଧ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପ୍ରବେଶ କରୁଥିବା ପାଣିପାଗ ବିଭାଗ କହିଛି । ଏହା ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଜ୍ରପାତ ଜନିତ ବର୍ଷା ନେଇ ୨୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଜିଲ୍ଲା ଗୁଡିକ ହେଲା ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଦେବଗଡ, ବୌଦ୍ଧ, କଟକ, ମାଲକାନଗିରି ଏବଂ କୋରାପୁଟକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

ଆସନ୍ତାକାଲି (ଗୁରୁବାର) ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗିର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ସୋନପୁର, ବୌଦ୍ଧ, ନୟାଗଡ, ପୁରୀ, ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ବିଶେଷ ଭାବେ ଦକ୍ଷିଣ ଓଡିଶା ଜିଲ୍ଲାଗୁଡ଼ିକ ପ୍ରବଳ ବର୍ଷା ସମ୍ଭାବନା ରହିଛି ରହିଥିବା ବେଳେ ୧୪ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ । ୨୬ରୁ ବର୍ଷାର ପରିମାଣ କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଅଧିକ ପଢନ୍ତୁ: Weather Update: ୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ସେପଟେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ୭୫୦.୩ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଏହି ସମୟରେ ୮୩୨.୮ ସ୍ୱାଭାବିକ ବର୍ଷା ରହିଥାଏ । ୧୧ଟି ଜିଲ୍ଲା ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଏବଂ କୋରାପୁଟରେ ସ୍ବାଭାବିକ ଠାରୁ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । କେବଳ ବୌଦ୍ଧରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି


ଇଟିଭି ଭାରତ, ଭୁବନେଶ୍ୱର

ABOUT THE AUTHOR

...view details