ଓଡିଶା

odisha

By ETV Bharat Odisha Team

Published : Sep 27, 2023, 7:14 PM IST

ETV Bharat / state

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ ! ୩୦ରେ ବଡ ବର୍ଷା

ଆସନ୍ତା ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ଘୂର୍ଣ୍ଣିବଳୟ ଏବଂ ଲଘୁଚାପ ପ୍ରଭାବରେ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅଧିକ ପଢନ୍ତୁ

୨୯ ତାରିଖରୁ ବଢିବ ବର୍ଷା ପରିମାଣ
୨୯ ତାରିଖରୁ ବଢିବ ବର୍ଷା ପରିମାଣ

୨୯ ତାରିଖରୁ ବଢିବ ବର୍ଷା ପରିମାଣ

ଭୁବନେଶ୍ବର: ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟର ସମ୍ଭାବନା । ଆସନ୍ତା ୨୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ଏହା ଲଘୁଚାପ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ୨୯ ତାରିଖରୁ ବଢିବ ବର୍ଷା ପରିମାଣ । ୩୦ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସେହିପରି ରାଜ୍ୟରେ ଦୁଇଦିନ ପାଗ ଶୁଖିଲା ରହିବା ସହ କାଁଭାଁ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୯ ପର୍ଯ୍ୟନ୍ତ ବିଶେଷ ବର୍ଷ ନଥିବା ବେଳେ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,ରାୟଗଡା, ନୂଆପଡା, କନ୍ଧମାଳ, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଓ ଗଜପତି ଜିଲ୍ଲାରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ଯାହାକୁ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଝାରସୁଗୁଡା, ସୁଦରଗଡ, କେନ୍ଦୁଝର, ଓ ମୟୂରଭଞ୍ଜରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷର ସମ୍ଭାବନା ଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢନ୍ତୁ..ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆହୁରି 4 ଦିନ ବର୍ଷିବ

ଅନ୍ୟପଟେ ଚଳିତ ୧ ଜୁନରୁ ୨୬ ସେପ୍ଟେମ୍ବର ସୁଦ୍ଧା ରାଜ୍ୟରେ ମୋଟ ୧୦୨୯.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯେଉଁ ସମୟରେ ସ୍ୱାଭାବିକ ବର୍ଷା ରହିଥାଏ ୧୧୩୫.୧ ମିମି । ଏହି ବର୍ଷାର ପରିମାଣ ସ୍ବାଭାବିକ ବର୍ଷା ଠାରୁ ମାତ୍ର ୩ ପ୍ରତିଶତ କମ୍ ରହିଛି । ଅନ୍ୟପକ୍ଷରେ ୩ଟି ଜିଲ୍ଲା ଝାରସୁଗୁଡ଼ା, ଢେଙ୍କାନାଳ ଏବଂ ବୌଦ୍ଧରେ ସ୍ବାଭାବିକରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଦୁଇଟି ଜିଲ୍ଲା କେନ୍ଦ୍ରାପଡ଼ା ଏବଂ ନବରଙ୍ଗପୁରରେ ନିଅଣ୍ଟିଆ ସ୍ଥିତି ରହିଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା କହିଛି ପାଣିପାଗ ବିଭାଗ । ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ରାଜ୍ୟରେ ସର୍ବାଧିକ ୫୮ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details