ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ କମିଛି ବର୍ଷାର ପରିମାଣ । ବର୍ତ୍ତମାନ କାଁ ଭାଁ ବର୍ଷା ହେଉଥିବା ବେଳେ ଆସନ୍ତା ୨୯ ତାରିଖରୁ ବର୍ଷା ପରିମାଣ ବଢ଼ିବ। ଚଳିତ ମୌସୁମୀ ଋତୁରେ ରାଜ୍ୟର ଦୁଇଟି ଜିଲ୍ଲା କେନ୍ଦ୍ରାପଡ଼ା ଏବଂ ନବରଙ୍ଗପୁରରେ ସ୍ବାଭାବିକ ଠାରୁ କମ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଛି । ଆସନ୍ତା ୨୯ ତାରିଖ ଯାଏଁ ଏପରି ପାଣିପାଗ ସ୍ଥିତି ଲାଗି ରହିବ। ପରବର୍ତ୍ତୀ କାଳରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଏବଂ ଲଘୁଚାପ ପ୍ରଭାବରେ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଏପଟେ ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନାଗିରି, କୋରାପୁଟ, ନୂଆପଡ଼ା, କଳାହାଣ୍ଡି , ଗଜପତି, ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି କରିଛି ବିଭାଗ । ଯାହାକୁ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଅସନ୍ତା ୨୭ ଓ ୨୮ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ସୂଚନା ଦିଆଯାଇଛି ।
ଏହା ମଧ୍ୟ ପଢନ୍ତୁ... Weather Update: ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ, 9 ଜିଲ୍ଲାକୁ ୟେଲୋ ଆଲର୍ଟ