ଓଡିଶା

odisha

ETV Bharat / state

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲା ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ - Higher Education Minister

ବିଭିନ୍ନ ଦାବି ପୂରଣ ନେଇ ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ରାଜରାସ୍ତାକୁ ଓହ୍ଲାଇବା ସହ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି । ଅଧିକ ପଢନ୍ତୁ...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲା ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲା ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ

By

Published : Aug 9, 2021, 6:25 PM IST

ଖୋର୍ଦ୍ଧା: କ୍ରାନ୍ତି ଦିବସ ଅବସରରେ ଓଡିଶା ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ଆହ୍ବାନରେ ଖୋର୍ଦ୍ଧା ଜିଲ୍ଲା ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗଣଶିକ୍ଷାମନ୍ତ୍ରୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ୫ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି । ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ ଓ କଲେଜକୁ ଅବିକଳ ସପ୍ତମ ବେତନ କମିଶନ ଆଧାରରେ ବେତନ ପ୍ରଦାନ ଅନୁଦାନରୁ ବାଦ ପଡିଥିବା ସ୍କୁଲ କଲେଜକୁ ଅନୁଦାନ ପ୍ରଦାନ, ଅନୁଦାନ ପ୍ରାପ୍ତ ସମସ୍ତ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ସହିତ ପେନସନ୍ ପ୍ରଦାନ, ସ୍କୁଲ କଲେଜରେ ଖାଲି ପଡିଥିବା ପଦବୀ ପୂରଣ, ଚାକିରୀ କାର୍ଯ୍ୟକାଳକୁ ୬୦ ରୁ ୬୨ ବର୍ଷକୁ ବୃଦ୍ଧି ଆଦି ଦାବିନେଇ ମିଳିତ ମଞ୍ଚ ଆଜି(ସୋମବାର) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗର୍ଜିଲା ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ

ଏନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗଣଶିକ୍ଷାମନ୍ତ୍ରୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ତେବେ ଅଗଷ୍ଟ ୧୬ ତାରିଖ ପୂର୍ବରୁ ଏହାର ସଠିକ୍ ସମାଧାନ କରା ନଗଲେ ମଞ୍ଚ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details