ଓଡିଶା

odisha

ETV Bharat / state

ଇନଷ୍ଟିଚ୍ୟୁଟ ଅଫ ହେଲଥ ସାଇନ୍ସକୁ ମିଳିଲା ସ୍ବୟଂଶାସିତ ମହାବିଦ୍ୟାଳୟ ମାନ୍ୟତା - କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ରାଜଧାନୀ ଭୁବନେଶ୍ବର ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ହେଲଥ ସାଇନ୍ସକୁ ମିଳିଲା ସ୍ବୟଂଶାସିତ ମହାବିଦ୍ୟାଳୟର ମାନ୍ୟତା । ଘୋଷଣା କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

Institutes of Health Science Bhubaneswar
Institutes of Health Science Bhubaneswar

By

Published : Jul 8, 2023, 9:38 PM IST

Updated : Jul 8, 2023, 10:36 PM IST

ଭୁବନେଶ୍ବର: ରାଜଧାନୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ ହେଲଥ ସାଇନ୍ସ (IHS)କୁ ମିଳିଲା ସ୍ବୟଂଶାସିତ ମହାବିଦ୍ୟାଳୟର ମାନ୍ୟତା । ଏହି କଲେଜକୁ ଆଗାମୀ ଦିନରେ ବିଶ୍ବବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରଚେଷ୍ଟା କରାଯିବ । ଭିନ୍ନକ୍ଷମମାନଙ୍କୁ ଗୁଣାତ୍ମକ ଶିକ୍ଷା ବିଭିନ୍ନ ଚିକିତ୍ସା, ଥେରାପି ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଶିକ୍ଷାନୁଷ୍ଠାନର ଭୂମିକାକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ।

ଇନଷ୍ଟିଚ୍ୟୁଟ ଅଫ ହେଲଥ ସାଇନ୍ସରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ ସାଇନ୍ସ (ଆଇଏଚଏସ) ପରିଦର୍ଶନ କରିବା ଅବସରରେ ଏହି ଅନୁଷ୍ଠାନକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଭାବରେ ଘୋଷଣା କରିଛନ୍ତି । ଏହି ପ୍ରତିଷ୍ଠାନକୁ ୟୁନିଭରସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି) ସ୍ବତନ୍ତ୍ର ବର୍ଗରେ ଅଟୋନୋମସ କଲେଜ ଭାବରେ ମାନ୍ୟତା ପ୍ରଦାନ କରାଯାଇଛି। ଏହା ସହ କ୍ୟାମ୍ପସ ପରିସରରେ ଭିନ୍ନକ୍ଷମ ଶିଶୁମାନଙ୍କ ପାଇଁ ଥିବା ମଡେଲ ସେଣ୍ଟର, ଇଣ୍ଟିଗ୍ରେଟେଡ ରିହାବିଲିଟେସନ ସେଣ୍ଟର, କ୍ଲିନିକ ବ୍ଲକ, ଏକାଡେମିକ ବ୍ଲକ, ବାଲମୁକୁନ୍ଦ ରେହାବ ହସ୍ପିଟାଲ ବୁଲି ଦେଖିଛନ୍ତି। ଶିକ୍ଷାନୁଷ୍ଠାନର ଅନୁକୂଳଯୁକ୍ତ ଶୈକ୍ଷିକ ବାତାବରଣରେ ଭିନ୍ନକ୍ଷମମାନଙ୍କୁ ଗୁଣାତ୍ମକ ଶିକ୍ଷା ସହ ବିଭିନ୍ନ ଚିକିତ୍ସା, ଥେରାପି ସହ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଉଦ୍ୟମ କରାଯାଉଛି ।

ଇନଷ୍ଟିଚ୍ୟୁଟ ଅଫ ହେଲଥ ସାଇନ୍ସରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଏହା ବି ପଢନ୍ତୁ- କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଲା UGC ମାନ୍ୟତା

ଅନ୍ୟପଟେ ଭୁବନେଶ୍ବର ଉପକଣ୍ଠ ଚନ୍ଦକା ଅଞ୍ଚଳରେ ଏକ ଉତ୍କର୍ଷ କେନ୍ଦ୍ର ଭାବେ ପରିଣତ ହେଉଥିବା ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସକୁ ୟୁଜିସି ବିଶେଷ ବର୍ଗରେ ସ୍ବୟଂଶାସିତ ମହାବିଦ୍ୟାଳୟ ପାଇଁ ମାନ୍ୟତା ପ୍ରଦାନ କରାଯାଇଛି । ଏଣିକି ଏହି ଅନୁଷ୍ଠାନର ନିଜସ୍ବ ପାଠ୍ୟକ୍ରମ, ପରୀକ୍ଷା ପଦ୍ଧତି ସହ ସାର୍ଟିଫଫିକେଟ ପ୍ରଦାନ କରାଯିବ । ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଠପଢାକୁ ସୁଗମ କରିବା ସହ ସମାଜରେ ମୌଳିକ ଆବଶ୍ୟକତା ପୂରଣ କରିବା ପାଇଁ ଦାୟିତ୍ବ ନେବା ପାଇଁ ପଡିବ । ଦୀର୍ଘ ୨୫ ବର୍ଷ ଧରି ଭିନ୍ନକ୍ଷମମାନଙ୍କୁ ପାଠ ପଢାଇବା ସହ ମଣିଷ ତିଆରି କାମରେ ଲାଗିଥିବା ଏହି ଅନୁଷ୍ଠାନକୁ ଆଗକୁ ନେବା ଆମ ସମସ୍ତଙ୍କ ଦାୟିତ୍ବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ସୂଚନା ଥାଉ କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରଥମ ଥର ପାଇଁ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପରିଭାଷା ବଦଳାଇଛନ୍ତି । ବିଶେଷ ଭାବରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ବୟନ ହେବାର ଏହା ପ୍ରାଥମିକତା । ଏହି ଅନୁଷ୍ଠାନରେ ଅଧ୍ୟୟନରତ ଭିନ୍ନକ୍ଷମମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସହ କୁଶଳୀ କରି ସେମାନଙ୍କୁ ରୋଜଗାର ବ୍ୟବସ୍ଥା ସହ ଯୋଡିବା ପାଇଁ ବ୍ୟବସ୍ଥା କରାଯିବ। ଶିକ୍ଷକଙ୍କୁ ପ୍ରଶିକ୍ଷଣ ସହ ଭିତ୍ତିଭୂମିର ବିକାଶ ଦିଗରେ ଗୁରୁତ୍ବ ଦିଆଯିବ । ଏହି ଅନୁଷ୍ଠାନକୁ ଆଗାମୀ ଦିନରେ ବିଶ୍ବବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 8, 2023, 10:36 PM IST

ABOUT THE AUTHOR

...view details