ଖୋର୍ଦ୍ଧା: ରାଜ୍ୟରେ କୋରୋନା ମାମଲା ଥମିବାର ନାମ ନେଉନାହିଁ । ଏହା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ହୁ ହୁ ହୋଇ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ବୃଦ୍ଧି ଜିଲ୍ଲା ପ୍ରଶାସନର ମୁଣ୍ଡବିନ୍ଧାର ପାଲଟିଥିବା ବେଳେ ଶନିବାର ଖୋର୍ଦ୍ଧା ପୌରାଞ୍ଚଳର 3ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ ।
ଶନିବାର ପୁଣି ଖୋର୍ଦ୍ଧା ପୌରାଞ୍ଚଳର 3ନଂ ୱାର୍ଡରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଉକ୍ତ ଅଞ୍ଚଳରୁ କୋରୋନା ପଜିଟିଭ ଚିହ୍ନଟ ହେବାପରେ ଜିଲ୍ଲାପାଳ ଉକ୍ତ ଅଞ୍ଚଳକୁ ଶନିବାର ସକାଳ 7ଟାରୁ ଆସନ୍ତା 21 ତାରିଖ ସକାଳ 7ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ।