ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ 48 ଘଣ୍ଟା ମଧ୍ୟରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ସୃଷ୍ଟ ଲଘୁଚାପ ଉତ୍ତର ଓଡିଶା - ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସୂଚନା ପ୍ରଦାନ କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଅନୁମାନ କରାଯାଉଛି ।
ଏହା ମଧ୍ୟ ପଢନ୍ତୁ-Weather Update: ସୃଷ୍ଟି ହେଲା ଲଘୁଚାପ, ଆହୁରି ଦୁଇ ଦିନ ବର୍ଷିବ
ଆସନ୍ତାକାଲି (ଶନିବାର) ଠାରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ରାଜ୍ୟରେ ଦୁଇଦିନ ପୂର୍ବରୁ ପାଗ ଶୁଖିଲା ରହିବା ସହ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ କେଉଁ ଜିଲ୍ଲାରେ ଅଧିକ ବର୍ଷା ହେବ ସେନେଇ ଜିଲ୍ଲା ଗୁଡିକ ଆଲର୍ଟ କରାଯାଇନାହିଁ । ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେପ୍ଟେମ୍ବର 20 ତାରିଖରେ ଲଘୁଚାପ ପ୍ରଭାବରେ 12 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା । ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ,ବଲାଙ୍ଗୀର, ସୋନପୁର, ଅନୁଗୋଳ, ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା । ବର୍ଷା ଯୋଗୁଁ କୋରାପୁଟରେ ଭୂସ୍ଖଳନ ହୋଇଥିଲା । ପାହାଡରୁ ମାଡି ଅତଡା ଖସି ଆସି ରେଳ ଲାଇନ ଉପରେ ପଡିଥିଲା । ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା ।