ଭୁବନେଶ୍ବର:ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମୌସୁମୀ ସ୍ବାଭାବିକ ଅବସ୍ଥାକୁ ଫେରିଛି । ବର୍ଷାର ପରିମାଣ ଓ ବିସ୍ତୃତି ବଢିଛି । ଆସନ୍ତା ୧୮ ତାରିଖ ବେଳକୁ ଏକ ଲଘୁଚାପ ସମ୍ଭାବନା ରହିଛି । ଏବେ ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଥିବା ଆକଳନ କରିଛ ପାଣିପାଗ ବିଭାଗ । ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ୍ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡଖଣ୍ଡ, ବିହାର, ଉତ୍ତର ପ୍ରଦେଶ, ଛତିଶଗଡ ଏବଂ ମଧ୍ୟପ୍ରଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ଠାରୁ ୨୧ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ । ତେବେ ଆଜି ରାଜ୍ୟର ୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲେ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ । ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ପାଇଁ ମଧ୍ୟ ଅନେକ ଜିଲ୍ଲାଗୁଡିକୁ ସତର୍କ କରାଯାଇଛି ।
ଏହାମଧ୍ୟ ପଢନ୍ତୁ: Weather Update: ଘୂର୍ଣ୍ଣିବଳୟ ପ୍ରଭାବ, ସ୍ବାଭାବିକ ଅବସ୍ଥାକୁ ଫେରିଲା ମୌସୁମୀ