ଭୁବନେଶ୍ଵର: ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟ ନେଇ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି(PM Narendra Modi launches Rozgar Mela) । ପୂର୍ବାହ୍ନ ସାଢେ ୧୧ଟା ସମୟରେ ପ୍ରଧାନମନ୍ତ୍ରୀ ଭିଡିଓ କନଫେରେନ୍ସିଂ ଜରିଆରେ ମେଳାର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବରରେ ରୋଜଗାର ମେଳାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ ।
ନିଯୁକ୍ତି ମିଶନର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ । ଏହି ଅବସରରେ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସେଥିରୁ ଡାକ ବିଭାଗରେ ସର୍ବାଧିକ ୯୮, ଭୁବନେଶ୍ଵର ଆଇଆଇଟିରେ ୫୫, ଇଏସଆଇସିରେ ୨୭, ଏସଏଲବିସିରୁ ୨୧ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏପରି ୧୧ ଟି ବିଭାଗର ମୋଟ ୨୩୯ ଜଣ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ।