ଓଡିଶା

odisha

Hockey World Cup: ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

By

Published : Dec 28, 2022, 1:42 PM IST

ହକି ବିଶ୍ବକପ୍‌ 2023 ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ଅଧିକ ପଢ଼ନ୍ତୁ

invitation for Hockey World Cup
ହକି ବିଶ୍ବକପ୍‌ 2023 ପାଇଁ ନିମନ୍ତ୍ରଣ

ଭୁବନେଶ୍ବର: ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ଲାଗି ଦେଶର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ ପ୍ରକ୍ରିୟା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ପକ୍ଷରୁ ଆମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟର ମନ୍ତ୍ରୀମାନେ ବ୍ୟକ୍ତିଗତ ଭାବେ ମୁଖ୍ୟମନ୍ତ୍ରୀମାନଙ୍କୁ ଭେଟି ନିମନ୍ତ୍ରଣ ପତ୍ର ପ୍ରଦାନ କରୁଛନ୍ତି ।

Hockey World Cup

ଏହା ମଧ୍ୟ ପଢ଼ନ୍ତୁ:Hockey World Cup 2023: ବାରବାଟୀରେ ଜମିବ ଉଦ୍‌ଘାଟନୀ ଉତ୍ସବ, ଯୋଗଦେବେ ରଣଭୀର-ଦିଶା

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଚେନ୍ନାଇ ଗସ୍ତରେ ଯାଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ସାକ୍ଷାତ କରିଛନ୍ତି । ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ଏଥିସହ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍‌ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି । ସେହିପରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ଆମନ୍ତ୍ରଣ କରିଛନ୍ତି ବିଜ୍ଞାନ ଏବଂ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ।

Hockey World Cup

ହକି ବିଶ୍ୱକପ୍‌ ଲାଗି ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ ଓଡିଶା ନିମନ୍ତ୍ରଣ କରିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତି ପରେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିବାକୁ ସ୍ଥିର ହୋଇଛି । ସେହି କ୍ରମରେ ଆଜି ଦୁଇ ମନ୍ତ୍ରୀ ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଆନୁଷ୍ଠାନିକ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

Hockey World Cup

ଏହା ମଧ୍ୟ ପଢ଼ନ୍ତୁ:Hockey World Cup 2023: ଉଦ୍‌ଘାଟନୀ ଉତ୍ସବରେ ସାମିଲ ହେବେ 3 କଂଗ୍ରେସ ମୁଖ୍ୟମନ୍ତ୍ରୀ

୨୦୨୩ ଜାନୁଆରୀ ୧୩ରୁ ଆରମ୍ଭ ହେବ ପୁରୁଷ ହକି ବିଶ୍ବକପ୍‌ । ଉଭୟ କଳିଙ୍ଗ ଷ୍ଟାଡିୟମ ଓ ବିର୍ସା ମୁଣ୍ଡା ଷ୍ଟାଡିୟମରେ ପ୍ରସ୍ତୁତି ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବରେ ନିର୍ମାଣ ହୋଇଥିବା ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦ ହଜାରରୁ ଊର୍ଦ୍ଧ୍ବ ଦର୍ଶକ ବସିବା ପାଇଁ ସ୍ଥିର ହୋଇଛି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ହକି ବିଶ୍ବକପ୍‌ରେ ଅତିଥି ଭାବେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରାଯାଉଛି । ଗତ ସପ୍ତାହରେ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ରୀଡ଼ାମନ୍ତ୍ରୀ ତୁଷ‌ାରକାନ୍ତି ବେହେରା, ହକି ଇଣ୍ଡିଆର ସଭାପତି ଦିଲୀପ ତୀର୍କିଙ୍କ ସହ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନ ମନ୍ତ୍ରୀ କିରଣ ରିଜିଜୁ ଓ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ସାକ୍ଷାତ କରି ପୁରୁଷ ହକି ବିଶ୍ବକପ୍‌ରେ ଅତିଥି ଭାବେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି । ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟି ହକି ବିଶ୍ବକପ୍‌ ପାଇଁ ନିମନ୍ତ୍ରଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details