ଓଡିଶା

odisha

ETV Bharat / state

ବସିଲା ୬୧ତମ WODC ବୈଠକ: ୫୬୬ଟି ପ୍ରକଳ୍ପ ଖର୍ଚ୍ଚ ହେବ ୫୪.୮୧ କୋଟି ଟଙ୍କା - କମ୍ୟୁନିଟି ସେଣ୍ଟର

ବସିଲା ୬୧ତମ WODC ବୈଠକ । କମ୍ୟୁନିଟି ସେଣ୍ଟର ଏବଂ କଲ୍ୟାଣ ମଣ୍ଡପ ପାଇଁ ୬୪.୨୪ କୋଟି ଅନୁମୋଦିତ ହୋଇଛି । ଅଧିକ ପଢନ୍ତୁ

Etv Bharat
Etv Bharat

By

Published : Apr 10, 2023, 7:17 PM IST

ବସିଲା ୬୧ତମ WODC ବୈଠକ

ଭୁବନେଶ୍ବର:ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ୬୧ତମ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି । ଭୁବନେଶ୍ବର ରାଜୀବ ଭବନରେ ଆୟୋଜିତ ବୈଠକରେ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତା କରିଛନ୍ତି । ୨୦୨୩ -୨୪ ବର୍ଷରେ ରାଜ୍ୟ ବଜେଟରେ ସରକାରଙ୍କ ଦ୍ବାରା ଅନୁଦାନ ବୃଦ୍ଧି ପାଇଛି । ୨୦୦ କୋଟିରୁ ୩୨୫ କୋଟି ଟଙ୍କା ବୃଦ୍ଧି ହୋଇଥିବା ପରିଷଦକୁ ଅଧ୍ୟକ୍ଷ ଅବଗତ କରାଇଛନ୍ତି । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ଅଧ୍ୟକ୍ଷ ପରିଷଦର ଅନୁଦାନ ପ୍ରାପ୍ତ ପ୍ରକଳ୍ପର କାର୍ଯ୍ୟକାରିତା, ଜନସାଧାରଣଙ୍କ ବ୍ୟବହାର ପାଇଁ ପ୍ରକଳ୍ପର ଉପଯୋଗ, ଅଡିଟୋରିୟମ, ପର୍ଯ୍ୟଟନ ସମ୍ବନ୍ଧୀୟ କାର୍ଯ୍ୟକଳାପ ସମେତ ଜୀବିକା ପ୍ରକଳ୍ପ ଭଳି ବୃହତ ତଥା ଦୃଶ୍ୟମାନ ପ୍ରକଳ୍ପର ନିର୍ମାଣ, ସାମଗ୍ରିକ ରୂପାନ୍ତର ଏବଂ ସ୍ବଚ୍ଛତା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ପରିଷଦର ଅଧ୍ୟକ୍ଷ ଗୁରୁତ୍ବାରୋପ କରିଛନ୍ତି । ସମସ୍ତ ସଦସ୍ୟଙ୍କୁ ସଂଘବଦ୍ଧ ହିସାବରେ କାର୍ଯ୍ୟ କରିବାକୁ ସେ ଆହ୍ବାନ କରିଛନ୍ତି । ଅସମ୍ପୂର୍ଣ୍ଣ କମ୍ୟୁନିଟି ସେଣ୍ଟର ଏବଂ କଲ୍ୟାଣ ମଣ୍ଡପ ସମାପ୍ତ ପାଇଁ ପରିଷଦ ଦ୍ବାରା ନିଆଯାଇଥିବା ପଦକ୍ଷେପ ବିଷୟରେ ଏହାକୁ ସମସ୍ତ ସଦସ୍ୟ ପ୍ରଶଂସା କରିଛନ୍ତି । ଯେଉଁଥି ପାଇଁ ବର୍ଷକୁ ୧୨୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

ଏହା ବି ପଢନ୍ତୁ-କୋର୍ଟରେ ମୁହଁ ଖୋଲିଲେ ଅର୍ଚ୍ଚନା, ଗଣମାଧ୍ୟମକୁ ଦେଲେ ବିସ୍ଫୋରକ ବୟାନ

ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡକ୍ଟର ଅଜିତ କୁମାର ମିଶ୍ର ବୈଠକର ଆଲୋଚନା ପାଇଁ କାର୍ଯ୍ୟସୂଚୀ ଉପସ୍ଥାପନ କରିଛନ୍ତି । ପରିଷଦ ବୈଠକରେ ସାଂସଦ, ବିଧାୟକ ଏବଂ ଅନ୍ୟମାନଙ୍କ ଦ୍ବାରା ସୁପାରିଶ କରାଯାଇଥିବା ୧ ଡିସେମ୍ବର ୨୦୨୨ରୁ ୩୧ ମାର୍ଚ୍ଚ ୨୦୨୩ ମଧ୍ୟରେ ୫୬୬ଟି ପ୍ରକଳ୍ପ ପାଇଁ ୫୪.୮୧ କୋଟି ଟଙ୍କାର ଅନୁମୋଦନ କରାଯାଇଛି । ଅନୁଦାନ ପ୍ରାପ୍ତ ୧୧୪୭ କମ୍ୟୁନିଟି ସେଣ୍ଟର ଏବଂ କଲ୍ୟାଣ ମଣ୍ଡପଗୁଡିକ ପାଇଁ ଗ୍ରହଣ କରାଯାଇଥିବା ପ୍ରସ୍ତାବଗୁଡିକ ୬୪.୨୪ କୋଟି ଟଙ୍କା, ବିଭିନ୍ନ ଜିଲ୍ଲାକୁ ୪ ଜଣ ବୈଷୟିକ ବ୍ୟକ୍ତିଙ୍କ ଯୋଗଦାନ, ସୋସିଆଲ ମିଡିଆ ସେଲର କାର୍ଯ୍ୟକାରିତା ସ୍ପଷ୍ଟ ଭାବରେ ବିଚାରବିମର୍ଷ କରାଯାଇଛି ।

ଦେବଗଡ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ମଧ୍ୟ ପ୍ରକଳ୍ପ କାର୍ଯ୍ୟକାରୀ କରିବା ସହ ବିଭିନ୍ନ ପ୍ରସଙ୍ଗ ଉଠାଇଛନ୍ତି । ପରିଷଦର ଅନୁଦାନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଯାଇଛି ।

ବୈଠକରେ ପରିଷଦର ପରାମର୍ଶଦାତା ଏବଂ ସମସ୍ତ ୯ ଜଣ ବିଶେଷଜ୍ଞ ସଦସ୍ୟ ମଧ୍ୟ ନିଜ ନିଜ ଜିଲ୍ଲାର ସମସ୍ୟାଗୁଡିକ ଉପସ୍ଥାପନ କରିଛନ୍ତି । ବୈଠକରେ ଉତ୍ତରାଞ୍ଚଳ ଆରଡିସି ଡ. ସୁରେଶ ଚନ୍ଦ୍ର ଦଲାଇ, ଦକ୍ଷିଣାଞ୍ଚଳ ଆରଡିସି ଟି. ଆଓ, ପରିଷଦର ପରାମର୍ଶଦାତା ନାରାୟଣ ସାହୁ ଏବଂ ଅନ୍ୟ ବିଶେଷଜ୍ଞ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ । ବୈଠକର ଶେଷରେ ଅଧ୍ୟକ୍ଷଙ୍କ ଅନୁମତି ଅନୁଯାୟୀ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details