ଓଡିଶା

odisha

ETV Bharat / state

Odisha Budget 2023: ବଜେଟରେ 20 ନୂଆ ଯୋଜନା, ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି - ବିଧାନସଭାରେ ଆଗତ ହୋଇଛି ସାଧାରଣ ବଜେଟ

ଚଳିତ ବର୍ଷ ୨୦୨୩-୨୪ ଆର୍ଥିକ ବଜେଟରେ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି ରାଜ୍ୟ ସରକାର । ଅଧିକ ପଢ଼ନ୍ତୁ

Odisha Budget 2023
Odisha Budget 2023

By

Published : Feb 24, 2023, 6:22 PM IST

Updated : Feb 24, 2023, 9:56 PM IST

ଭୁବନେଶ୍ବର:୨୦୨୩-୨୪ ଆର୍ଥିକ ବର୍ଷ ଲାଗି ବିଧାନସଭାରେ ଆଗତ ହୋଇଛି ସାଧାରଣ ବଜେଟ । ଅର୍ଥମନ୍ତ୍ରୀ ନୀରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି । ଚଳିତ ବଜେଟରେ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବ୍ୟବସ୍ଥାକୁ ଗ୍ରହଣ କରାଯାଇଛି । ଏହି କ୍ରମରେ ୩୪,୫୦୦ ଛାତ୍ରଛାତ୍ରୀଙ୍କୁ ଏକାଡେମିକ ପୁରସ୍କାର ପ୍ରଦାନ କରାଯିବ । ୧୧୮ ଜଣଙ୍କୁ ନେତୃତ୍ବ ପୁରସ୍କାର ସମେତ ୨୦୦ ମେଧାବୀ ଛାତ୍ରଛାତ୍ରୀଙ୍କୁ ବୃତ୍ତି ଦିଆଯିବ । ମାଧ୍ୟମିକ ସ୍କୁଲର ୭୦୦ ଶିକ୍ଷକ ଏବଂ ୪୧୯ ପ୍ରଧାନ ଶିକ୍ଷକ ପୁରସ୍କୃତ ହେବେ । ଏଥିପାଇଁ ୧୩୯ କୋଟିର ବ୍ୟୟ ବରାଦ ହୋଇଛି । ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟିର ବ୍ୟୟବରାଦ ହୋଇଛି । ସେହିପରି କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ବ୍ୟୟ ଅଟକଳ ହୋଇଛି ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି ବ୍ୟୟ ବରାଦ ହୋଇଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି କରାଯାଇଛି । ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟ ବରାଦ ହୋଇଛି । ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି, ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟି ଏବଂ ମହିଳା ସ୍ବୟଂସହାୟକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି ବ୍ୟୟ ଅଟକଳ ହୋଇଛି । ଚଳିତ ବଜେଟରେ ବିଦେଶ ବିମାନ ଉଡ଼ାଣ ଯୋଜନା ପାଇଁ ୧୦୦ କୋଟି ବ୍ୟୟ ବରାଦ କରାଯାଇଛି । ମୁଖ୍ୟମନ୍ତ୍ରୀ ମତ୍ସଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି ବ୍ୟୟ ବରାଦ ହୋଇଛି । ଏଥିସହ ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି, ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟି ଏବଂ ଧାନ କ୍ରୟ ପାଇଁ ୨୦୦୦ କୋଟି ବ୍ୟୟ ଅଟକଳ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ:Odisha Budget 2023: ସ୍ବାସ୍ଥ୍ୟ ପାଇଁ ୧୬ହଜାର ୪୮କୋଟି ଟଙ୍କା ବ୍ୟୟ ବରାଦ, କମିବ ଆମ୍ବୁଲାନ୍ସ ପହଞ୍ଚିବା ସମୟ

ଲୋକେସନ ଆସେସିବଲ ମୋଲ୍ଟିମେଡାଲ ଇନିସିଏଟିଭ ପାଇଁ ୧୦୦ କୋଟି ଟଙ୍କା ଘୋଷଣା କରାଯାଇଛି । କଫି ମିଶନ ପାଇଁ ୧୨୬ କୋଟି ଟଙ୍କା ଏବଂ ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି ବ୍ୟୟ ଅଟକଳ କରାଯାଇଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି । ଅକ୍ଷୟ ଶକ୍ତି ବିକାଶ ପାଣ୍ଠି ପାଇଁ ୫୦ କୋଟି ଓ ନୂଆ ଓଡ଼ିଶା ପାଇଁ ୧୦୦ କୋଟି ଟଙ୍କା ଘୋଷଣା କରାଯାଇଛି । ବିପର୍ଯ୍ୟୟ ପ୍ରତିବନ୍ଧକ ସାଲାଇନ ବନ୍ଧ ପାଇଁ ୧୫୦ କୋଟି ଓ ମୁଖ୍ୟମନ୍ତ୍ରୀ ଶକ୍ତି ସଂରକ୍ଷଣ ପ୍ରୋଗ୍ରାମ ପାଇଁ ୨୫୦ କୋଟି ବ୍ୟୟ ବରାଦ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Feb 24, 2023, 9:56 PM IST

ABOUT THE AUTHOR

...view details