ଓଡିଶା

odisha

ETV Bharat / state

5T School Transformation; ତୃତୀୟ ପର୍ଯ୍ୟାୟ ଷଷ୍ଠ ଦିନରେ ୩୩୫ ସ୍କୁଲ ଲୋକାର୍ପିତ

୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ କଟକର ୯୮ଟି, କଳାହାଣ୍ଡିର ୧୧୫ଟି, ମାଲକାନଗିରିର ୪୯ଟି ଏବଂ ଯାଜପୁରର ୭୩ଟି ହାଇସ୍କୁଲ ରହିଛି । ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି । ଅଧିକ ପଢନ୍ତୁ

Etv Bharat
Etv Bharat

By

Published : May 8, 2023, 10:55 PM IST

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣର ଆଜି ଶେଷ ଦିନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍କୁଲ ରୂପାନ୍ତରଣର ଉଲ୍ଲେଖନୀୟ କାର୍ଯ୍ୟରେ ଖୁସି ପ୍ରକାଶ କରିଛନ୍ତି । ଭଲ କାମ କରୁଥିବା ଜିଲ୍ଲା ମାନଙ୍କୁ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମ ପୁରସ୍କାର ୩ କୋଟି, ଦ୍ବିତୀୟ ପୁରସ୍କାର ୨ କୋଟି ଓ ତୃତୀୟ ପୁରସ୍କାର ଭାବେ ୧ କୋଟି ଟଙ୍କା ଦିଆଯିବ । ରାଜ୍ୟସ୍ତରରେ ଏକ ବର୍ଣ୍ଣାଢ୍ୟ ଉତ୍ସବର ଆୟୋଜନ କରାଯାଇ ଏହି ପୁରସ୍କାର ପ୍ରଦାନ କରାଯିବ । ସେହିପରି ଏ କ୍ଷେତ୍ରରେ ଭଲ କାମ କରିଥିବା ବ୍ଲକଙ୍କ ମଧ୍ୟରୁ ଶ୍ରେଷ୍ଠ ଦଶ ବ୍ଲକକୁ ପଚାଶ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଭାବରେ ଦିଆଯିବ ।

ପୁରସ୍କାରର ବିସ୍ତୃତ ବିବରଣୀ ଦେଇ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ. ପାଣ୍ଡିଆନ କହିଛନ୍ତି ଯେ, ‘‘ଶିକ୍ଷା ଉପରେ ଯେତେ ଅଧିକ ପ୍ରତିଯୋଗୀତା ହେବ, ଶିକ୍ଷାର ଗୁଣାତ୍ମକ ମାନ ସେତେ ବୃଦ୍ଧି ପାଇବ । Let’s celebrate education । ଚାଲନ୍ତୁ ଶିକ୍ଷାକୁ ଆମେ ଏକ ମହୋତ୍ସବ ଭାବେ ପାଳିବା । ପ୍ରତିଯୋଗୀତା ମନୋଭାବ ନେଇ ଶିକ୍ଷାର ଉତ୍କର୍ଷ ଲାଭ କରିବା । ସେ କହିଛନ୍ତି ଯେ, କେବଳ ଜିଲ୍ଲା, ବ୍ଲକ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ପ୍ରଧାନ ଶିକ୍ଷକ, ପଞ୍ଚାୟତ ପ୍ରତିନିଧି ଏବଂ ସ୍କୁଲ ପରିଚାଳନା କମିଟିର ସଦସ୍ୟଙ୍କୁ ମଧ୍ୟ ପୁରସ୍କୃତ କରାଯିବ ।’’

ଏହାବି ପଢନ୍ତୁ- Karnataka Poll: 135ରୁ ଅଧିକ ଆସନ ଜିତିବ ବିଜେପି: ବିଏସ ୟେଦିରୁପ୍ପା

୫ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ କଟକର ୯୮ଟି, କଳାହାଣ୍ଡିର ୧୧୫ଟି, ମାଲକାନଗିରିର ୪୯ଟି ଏବଂ ଯାଜପୁରର ୭୩ଟି ହାଇସ୍କୁଲ ରହିଛି । ଏହାଦ୍ବାରା ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି । ଗତ ଦୁଇ ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।

ଏହାବି ପଢନ୍ତୁ- Jharsuguda ByPoll: ସରିଲା ପ୍ରଚାର, ଭୋଟିଂ ପାଇଁ ପ୍ରସ୍ତୁତି ଶେଷ

କାର୍ଯ୍ୟକ୍ରମରେ କୃଷି ଓ ପଶୁବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଂକର ମିଶ୍ର, ମାଲକାନଗିରିର ଜିଲ୍ଲା ପରିଷଦ ସଭାପତି ଶାମାରୀ ଟାଙ୍ଗଲୁ ଓ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ । ସ୍କୁଲ ରୂପାନ୍ତର ଦ୍ବାରା ଆଜି ପିଲାମାନଙ୍କ ସ୍ବପ୍ନରେ ଡେଣା ଲାଗିଛି । ଶିକ୍ଷା ହିଁ ସବୁ ସମସ୍ୟାର ସମାଧାନ । ତେଣୁ ମୁଖ୍ୟମନ୍ତ୍ରୀ ଆଜି ଶିକ୍ଷା ଜରିଆରେ ଓଡିଶାର ରୂପାନ୍ତର ପାଇଁ ଦୃଢ ପଦକ୍ଷେପ ନେଇଛନ୍ତି ବୋଲି ସେମାନେ କହିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଅଶ୍ବଥୀ ଏସ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ସ୍ବତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details