ଭୁବନେଶ୍ବର:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ (Low Pressure formed over Bay of Bengal) । ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୧୯ ନଭେମ୍ବର ବେଳକୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତ ରୂପ ନେବ । ଯାହାଦ୍ବାରା ଆସନ୍ତା ୨୧ ବେଳକୁ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ (Bhubaneswar Meteorological Department) ସୂଚନା ମିଳିଛି ।
ଲଘୁଚାପ ଅବପାତର ରୂପ ନେବା ପରେ ପରବର୍ତ୍ତୀ ୩ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏବେ ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ରାଜ୍ୟର କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳୁଛି ।