ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 4 ପ୍ରତିଶତ ବୃଦ୍ଧି ସହ TIରେ ମଧ୍ୟ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ଜୁଲାଇ ପହିଲା 2022ରୁ ଏହା ପିଛିଲା ଭାବେ ଲାଗୁ ହେବ । ପ୍ରାୟ 7.5 ଲକ୍ଷ ସରକାରୀ କର୍ମଚାରୀ ଏଥିରୁ ଉପକୃତ ହେବେ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 4 ପ୍ରତିଶତ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଜୁଲାଇ 2022ରୁ ପିଛିଲା ଭାବରେ ଲାଗୁ କରାଯିବ । ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ବୃଦ୍ଧି କରାଯାଇଛି । ଏହା ଦ୍ବାରା ରାଜ୍ୟ ସରକାରଙ୍କ 4 ଲକ୍ଷ କର୍ମଚାରୀ ଓ 3.5 ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ ।