ଓଡିଶା

odisha

ETV Bharat / state

ମିଶନ ଶକ୍ତି ମା'ଙ୍କୁ ୧୦୦ କୋଟିର ପ୍ରୋତ୍ସାହନ, 8000 ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ - ସାଇକେଲ ବଣ୍ଟନ

ମିଶନ ଶକ୍ତି କମ୍ୟୁନିଟି ପାର୍ଟନରଙ୍କୁ ବଣ୍ଟନ ହୋଇଛି ୮ ହଜାର ସାଇକେଲ । ସୁବିଧାରେ ଦାୟିତ୍ବ ପାଳନ କରିବା ନେଇ ସରକାର ମିଶନ ମା'ମାନଙ୍କୁ ଏହି ସାଇକେଲ ବଣ୍ଟନ କରିଛନ୍ତି । ଅଧିକ ପଢନ୍ତୁ

cycles to partner of Mission Shakti Community
cycles to partner of Mission Shakti Community

By

Published : Mar 2, 2023, 5:11 PM IST

Updated : Mar 2, 2023, 5:46 PM IST

ମିଶନ ଶକ୍ତି ମା'ଙ୍କୁ ୧୦୦ କୋଟିର ପ୍ରୋତ୍ସାହନ, 8000 ସାଇକେଲ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମିଶନ ଶକ୍ତି କମ୍ୟୁନିଟି ପାର୍ଟନରଙ୍କୁ ବଣ୍ଟନ ହୋଇଛି ୮ ହଜାର ସାଇକେଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସହରାଞ୍ଚଳରେ କାମ କରୁଥିବା ମିଶନଶକ୍ତି ଗୋଷ୍ଠୀ ସହଭାଗୀମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍ବଚ୍ଛ କର୍ମୀ, ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ବୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

ମୁଖ୍ୟମନ୍ତ୍ରୀ କହିଛନ୍ତି, "ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି । ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଯାଉଛି । ମିଶନ ଶକ୍ତି ମା'ମାନଙ୍କୁ ଭେଟୁଛି । ସେମାନେ ମଧ୍ୟ ନବୀନ ନିବାସ ଆସି ତାଙ୍କୁ ଭେଟୁଛନ୍ତି । ମା' ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି । ଆପଣମାନଙ୍କ ଆତ୍ମବିଶ୍ବାସ, ଆପଣମାନଙ୍କ ଉତ୍ସାହ ମିଶନ ଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି । ବିଭିନ୍ନ ସହରରେ ମିଶନ ଶକ୍ତିର ମା'ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି । ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥୀ, ସ୍ବଚ୍ଛ ସାଥୀ ଆଦି ଅନେକ କାମ କରୁଛନ୍ତି ।

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

ଆପଣମାନେ ଯେପରି ସୁବିଧାରେ ନିଜ ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ରାଜ୍ୟ ସରକାର ଆପଣମାନଙ୍କୁ ସାଇକେଲ ଦେଉଛନ୍ତି । ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମାଆମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଛନ୍ତି । ଓଡ଼ିଶାର ମିଶନ ଶକ୍ତି କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ସୁନାମ କରିଛି । ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି । ସମସ୍ତେ ମିଳିମିଶି ଭଲ କାମ କରି ଓଡ଼ିଶା ମା'ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ଏହା ବି ପଢନ୍ତୁ- ମାର୍ଚ୍ଚରୁ ମେ’ ଯାଏଁ ଅସମ୍ଭାଳ ତାତି, ସ୍ବାଭାବିକଠୁ ବଢିବ ତାପମାତ୍ରା

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ କହିଛନ୍ତି, "ମିଶନ ଶକ୍ତି ମା'ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡ଼ିଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି । ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ ।" ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି, "ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି । ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି ।"

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

କାର୍ଯ୍ୟକ୍ରମରେ ୨ଜଣ ମିଶନ ଶକ୍ତି ମା' ପଦ୍ମାବତୀ ଦାସ (ଆହାର କର୍ମୀ) ଓ ସୀତା ମୁର୍ମୁ (ସ୍ବଚ୍ଛକର୍ମୀ) ନିଜ ନିଜର ଅଭିଜ୍ଞତା ବର୍ଣ୍ଣନା କରିଛନ୍ତି । ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁଁ ସେମାନେ ଆଜି ସ୍ବାବଲମ୍ବୀ ହେବା ସହିତ ନିଜ ନିଜ ପରିବାରର ଛୋଟ ଛୋଟ ଅସୁବିଧା ମଧ୍ୟ ଦୂର କରିପାରୁଛନ୍ତି ବୋଲି କହିଛନ୍ତି । ସାଇକେଲ ଦ୍ବାରା ସେମାନଙ୍କ ସମୟ ବଞ୍ଚିବା ସହିତ କାର୍ଯ୍ୟ ଦକ୍ଷତା ବଢିବ ବୋଲି କହିଛନ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିବାବେଳେ ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Mar 2, 2023, 5:46 PM IST

ABOUT THE AUTHOR

...view details