ଭୁବନେଶ୍ବର:ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ରଜ ଭେଟି । ବଢିଲା ମହଙ୍ଗା ଭତ୍ତା । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ମଙ୍ଗଳବାର) ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ଭତ୍ତା ଜାନୁଆରୀ ପହିଲା ୨୦୨୩ରୁ ପିଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ ।
ପେନସନଭୋଗୀଙ୍କ ଟି.ଆଇରେ ୪% ବୃଦ୍ଧି:ରାଜ୍ୟ ସରକାର ପେନସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଜୁନ ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହାଦ୍ବାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ । ସରକାରୀ କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଜାନୁଆରୀ ୨୦୨୩ରୁ ପିଛିଲା ଭାବରେ ଲାଗୁ କରାଯିବ । ସଂଶୋଧିତ ହାରରେ ପେନସନ ପାଉଥିବା ପେନସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ବୃଦ୍ଧି କରାଯାଇଛି ।