ଭୁବନେଶ୍ବର:ଦୂର ହେବ କଟକ ଜିଲ୍ଲାର 3ଟି ବ୍ଲକବାସୀଙ୍କ ଜଳସମସ୍ୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକର ଲୋକେ ଉପକୃତ ହେବେ । ଭୂତଳ ଜଳସ୍ତରର ବୃଦ୍ଧି ଲକ୍ଷ୍ୟ ନେଇ ଏହି ପ୍ରକଳ୍ପକୁ ଅନୁମୋଦନ ମିଳିଛି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ । ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହା ଦ୍ବାରା ତିନୋଟି ବ୍ଲକର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡ଼ମ୍ବା, ବାଙ୍କୀ ଓ ଭାପୁର ବ୍ଲକର ଜନସାଧାରଣ ଉପକୃତ ହେବେ । ତେଣୁ ଏହି ପ୍ରକଳ୍ପ ପାଇଁ 350 କୋଟି ଟଙ୍କା ମଞ୍ଜୁର କରିଛନ୍ତି ।