ଓଡିଶା

odisha

ETV Bharat / state

ଆସନ୍ତା ଶିକ୍ଷାବର୍ଷରୁ ଓଡିଆ ମାଧ୍ୟମ ବିଦ୍ୟାଳୟରେ ମିଳିବ ମାଗଣା ପାଠ୍ୟପୁସ୍ତକ

ଓଡ଼ିଆ ମାଧ୍ୟମ ବିଦ୍ୟାଳୟରେ ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ । ବଡ଼ ପଦକ୍ଷେପ ନେଲେ ରାଜ୍ୟ ସରକାର । ଅଧିକ ପଢନ୍ତୁ

By

Published : Aug 10, 2023, 3:21 PM IST

Etv Bharat
Etv Bharat

ଭୁବନେଶ୍ବର:ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ । ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ । 5T ଉପକ୍ରମରେ ୨୦୨୪-୨୫ ଶିକ୍ଷାବର୍ଷରୁ ଏହା କାର୍ଯ୍ୟକାରୀ ହେବ । ଏ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହା ଦ୍ବାରା ଉପକୃତ ହେବେ ।

ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ । ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି । ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ ।

ଏହା ବି ପଢନ୍ତୁ- Free Wi-Fi in College: କଲେଜ କ୍ୟାମ୍ପସରେ ମିଳିବ ମାଗଣା ୱାଇଫାଇ

ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହାଦ୍ୱାରା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ । ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି । ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡ଼ିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଆସୁଛନ୍ତି ।

ସୂଚନା ଥାଉ କି ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇ-ଫାଇ । ମାଗଣା WIFI ସମେତ ୧ ଜିବି ଡାଟା ବି ଦେବେ ସରକାର । ବୈଷୟିକ ମହାବିଦ୍ୟାଳୟ ଓ ଜେନେରାଲ କଲେଜ ଓ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଏହାର ଲାଭ ଉଠାଇ ପାରିବେ । ଏହାକୁ କାର୍ଯ୍ୟକାରୀ କରିବା ଲାଗି ଇଲିକ୍ଟ୍ରୋନିକ୍ସ ଓ ଆଇଟି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିରେ 8 ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ଜଣାପଡ଼ିଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details