ଭୁବନେଶ୍ଵର: ଭୁବନେଶ୍ଵର ରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ୱିନ୍ ସିଟିରେ ଢ଼ାଳୁଛି ବର୍ଷା । ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କତା ଜାରି କରାଯାଇଛି । ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କ ସୂଚନା ଦିଆଯାଇଛି । ଏଥିପାଇଁ ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ସେପଟେ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଘୁର୍ଣ୍ଣବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ଡିଗ୍ରି ଅଧିକ ରହୁଛି । ତେଣୁ ଭୟଙ୍କର ଗୁଳୁଗୁଳି ଅନୁଭୂତ ହେଉଛି ।୧ ଜୁନ ଠାରୁ ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ୭୮୯.୨ ମିମୀ ବର୍ଷା ରେକର୍ଡ କରାଯାଇଛି ଏହାର ସ୍ବାଭାବିକ ପରିମାଣ ରହିଛି ୯୩୧.୯ ମିମି। ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୭ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି l
ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ଡିଗ୍ରି ଅଧିକ ରହିବ ବୋଲି ନିର୍ଦ୍ଦେଶକ ଏଚ ଆର ବିଶ୍ବାସ କହିଛନ୍ତି । ତେଣୁ ଭୟଙ୍କର ଗୁଳୁଗୁଳି ଅନୁଭୂତ ହେବ । ଗରମ ସହ ବର୍ଷାର ପରିମାଣ ମଧ୍ୟ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ପାଣିପାଗ ନିର୍ଦ୍ଦେଶକ ଏଚ.ଆର ବିଶ୍ବାସ କହିଛନ୍ତି, ‘‘ଆସନ୍ତାକାଲିଠାରୁ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି । ସେପଟେ ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି । ତେଣୁ ମୌସୁମୀ ପୁଣି ସକ୍ରିୟ ହେବା ସହ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୩ ଓ ୪ ତାରିଖରୁ ବିସ୍ତୃତି ବର୍ଷା ହେବାର ସମ୍ଭାବନା ରହିଛି ।’’