ଓଡିଶା

odisha

ETV Bharat / state

ସକ୍ରିୟ ହେଉଛି ଲଘୁଚାପ, ଆହୁରି ଦୁଇ ଦିନ ବର୍ଷା - ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ ହେବାରେ ଲାଗିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା 3 ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Sep 3, 2019, 7:48 PM IST

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ ହେବାରେ ଲାଗିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା 3 ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏଥିସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହେବା ସହ ସକ୍ରିୟ ହେବାରେ ଲାଗିଛି ମୌସୁମୀ ବାୟୁ । ଯାହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, ପୁରୀ, ନୂଆପଡା, କଳାହାଣ୍ଡି, ଗଞ୍ଜାମ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ, ଖୋର୍ଦ୍ଧା, ନୟାଗଡ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ସେହିପରି ବୁଧବାର ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ କୋରାପୁଟ, କନ୍ଧମାଳ, ସୁନ୍ଦରଗଡ, ଜଗତସିଂହପୁର, କେନ୍ଦ୍ରାପଡା, ବରଗଡ ଓ ଝାରସୁଗୁଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜଣା ପଡିଛି । ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳରେ ସମୂଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୂଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details