ଓଡିଶା

odisha

ETV Bharat / state

ଫିକା ପଡିବ ଗଣେଶ ପୂଜା; ଆହୁରି 24 ଘଣ୍ଟା ବର୍ଷା - ରାଜ୍ୟ

ରାଜ୍ୟକୁ ପୁଣି ଘାରିଛି ବର୍ଷା ଚିନ୍ତା । ଆସନ୍ତା 24 ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Sep 1, 2019, 8:02 PM IST

ଭୁବନେଶ୍ବର: ରାଜ୍ୟକୁ ପୁଣି ଘାରିଛି ବର୍ଷା ଚିନ୍ତା । ଆସନ୍ତା 24 ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଏଥିସହ ଆଗାମୀ 48 ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ସକ୍ରିୟ ହୋଇ ୱାଲ ମାର୍କରେ ପରିଣତ ହେବା ନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ପୁରୀରେ ପ୍ରବଳ ବର୍ଷା ହେବା ସହ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ଅନ୍ୟପଟେ ସୋମବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ଅତି ପ୍ରବଳ ବର୍ଷା ଏବଂ ବଲାଙ୍ଗୀର, ବରଗଡ, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ସୋନପୁର, କଳାହାଣ୍ଡି, ବୌଦ୍ଧ, କଟକ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡା, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୂଦ୍ର ଭିତରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details