ଓଡିଶା

odisha

ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଆରମ୍ଭ ହେବ ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା

ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ବହୁ ଶିକ୍ଷକ ପଦବୀ ଖାଲି ପଡିଛି । ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik ) ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ ହେବ । ଅଧିକ ପଢନ୍ତୁ

By

Published : Nov 11, 2022, 6:36 PM IST

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଆରମ୍ଭ ହେବ ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଆରମ୍ଭ ହେବ ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ବିଭିନ୍ନ ବିଷୟରେ ବହୁ ସଂଖ୍ୟକ ଶିକ୍ଷକ ପଦବୀ ଖାଲି ପଡିଛି । ଖାଲିଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik) ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଖୁବଶୀଘ୍ର ୭୫୪୦ ଜଣ ହାଇସ୍କୁଲ ଶିକ୍ଷକ ନିଯୁକ୍ତ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ (Recruitment of 7540 teachers for government secondary schools) । ଏଥିପାଇଁ ଓଡିଶା ଷ୍ଟାଫ ସିଲେକସନ କମିଶନଙ୍କୁ ଅନୁରୋଧ କରାଯାଇଛି । ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ ।

ଏହାବି ପଢନ୍ତୁ- ଶିକ୍ଷା ସମସ୍ତଙ୍କ ପାଇଁ ଉପଲବ୍ଧ ହେଲେ ଦେଶର ବିକାଶ ସମ୍ଭବ: ରାଷ୍ଟ୍ରପତି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଟିଜିଟି(କଳା), ଟିଜିଟି(ପିସିଏମ ଓ ସିବିଜେଡ), ସଂସ୍କୃତ, ହୀନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ । ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଛି । ସରକାରଙ୍କ 5ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରଖିଛନ୍ତି । ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି ।

ଏହାବି ପଢନ୍ତୁ-ଦକ୍ଷିଣ ଭାରତରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ବେଙ୍ଗାଲୁରୁରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

କମ୍ପୁଟର, ଇଣ୍ଟରନେଟରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି । 5ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି । ବିଭିନ୍ନ ବିଭାଗରେ ଖାଲି ଥିବା ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ ପୂରଣ କରାଯାଉଛି । ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ବୋଲି ସୂଚନା ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details