ଭୁବନେଶ୍ବର: ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଓଡିଶାର ୩୯ ଜଣଙ୍କର ଦେହାନ୍ତ ହୋଇଛି । ମୃତକ ୭ ଟି ଜିଲ୍ଲାର ବାସିନ୍ଦା ବୋଲି ଜଣାପଡିଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୧.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହି ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ ।
ବାଲେଶ୍ଵର ବାହାନଗା ଟ୍ରେନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ଚିହ୍ନଟ ହୋଇଛନ୍ତି ଓଡିଶାର ୩୯ ଜଣ ମୃତକ । କ୍ଷତିପୂରଣ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଉଛି । ମୃତକଙ୍କ ମଧ୍ୟରେ ଭଦ୍ରକର ୮ ଜଣ, ଯାଜପୁରର ୨ ଜଣ, ବାଲେଶ୍ବରର ୧୪ ଜଣ, ମୟୁରଭଞ୍ଜର ୯ ଜଣ, ଖୋର୍ଦ୍ଧାର ୨ ଜଣ, କଟକର ୩ ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି । ମୃତକଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲ ।
ଏହାବି ପଢନ୍ତୁ- Balasore Train Tragedy: ବାହାନଗାରେ CBI ଟିମ୍, ସବୁ ଦିଗରୁ ତଦନ୍ତ ହେବ କହିଲେ CPRO