ଭୁବନେଶ୍ବର: ରୋଜଗାର ମେଳା ଅଧୀନରେ ସରକାରୀ ବିଭାଗ ଏବଂ ବିଭିନ୍ନ ଅନୁଷ୍ଠାନରେ ପ୍ରାୟ ୫୧ ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୬୦ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୧୦ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ । ସେହିଭଳି ବିଶାଖାପାଟନମ୍ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୮୦ ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯିବ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତାକାଲି ପୂର୍ବାହ୍ନ ୧ ଟା ସମୟରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ ୫୧ ହଜାର ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ। ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ । ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ । ଏହି ମେଳା ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ।