ଓଡିଶା

odisha

By

Published : Feb 10, 2023, 6:55 AM IST

ETV Bharat / state

President Murmu's Odisha Visit: ଆଜି ଆସୁଛନ୍ତି ମହାମହିମ, ରାଜଧାନୀରେ ପୋଲିସ ଛାଉଣୀ

ଦୁଇ ଦିନିଆ ଓଡି଼ଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ଅଧିକ ପଢନ୍ତୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡି଼ଶା ଗସ୍ତ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡି଼ଶା ଗସ୍ତ

ଭୁବନେଶ୍ବର: ଆଜିଠୁ ଦୁଇ ଦିନିଆ ଓଡି଼ଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଦିନ ୧୧ଟା ୫୫ରେ ମହାମହିମ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡିଜିପି ସୁନୀଲ ବଂଶଲ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରମୁଖ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ଦ୍ବିତୀୟ ଥର ଓଡି଼ଶା ଗସ୍ତ ।

ପ୍ରଥମେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ:ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦରରେ ଅବତରଣ ପରେ ସେଠାରୁ ଯାଇ ପ୍ରଥମେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଏହାପରେ ଅପରାହ୍ନ ୪ଟା ୧୫ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ଗସ୍ତର ଦ୍ବିତୀୟ ଦିନରେ ରାଷ୍ଟ୍ରପତି ମୁର୍ମୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ କଟକରେ ଥିବା ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଭାରତୀୟ ଧାନ କଂଗ୍ରେସ ସମ୍ମିଳନୀକୁ ଉଦଘାଟନ କରିବେ ।

ରାଷ୍ଟ୍ରପତି ଗସ୍ତକୁ ନେଇ କଡାକଡି ସୁରକ୍ଷା ବ୍ୟବସ୍ଥା:ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ହାଇ ଆଲର୍ଟରେ ରହିଛି ଭୁବନେଶ୍ବର ଓ କଟକ । ସୁରକ୍ଷା ପାଇଁ ଭୁବନେଶ୍ବରରେ ୪୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ୨ ଶହ ପୋଲିସ ଅଫିସରଙ୍କ ନଜରରେ ରହିବ ପୁରା ସହର । ୧୪ ଏଡିସିପି ରାଙ୍କ୍‌ ଅଫିସର, ୩୫ ଏସିପି ରାଙ୍କ୍‌ ଅଫିସର, ୪୭ ଇନସ୍ପେକ୍ଟର ୧୮୮ ସବ ଇନସ୍ପେକ୍ଟର ଓ ୫୦ ହୋମଗାର୍ଡ ନିୟୋଜିତ ହେବେ । କାରକେଡର ଇନଚାର୍ଜରେ ଜଣେ ଏସପି ରାଙ୍କ୍‌ ଅଫିସର ରହିବେ । କାରକେଡ ମୁଭମେଣ୍ଟର ତଦାରଖ କରିବେ । ରାଷ୍ଟ୍ରପତିଙ୍କ ପାଇଁ ୩୦ଟି କାର କାରକେଡରେ ସାମିଲ ହେଉଛନ୍ତି ।

ଉଲ୍ଲେଖଯୋଗ୍ୟ, ଏହାପୂର୍ବରୁ ନଭେମ୍ବର ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡି଼ଶା ଗସ୍ତରେ ଆସିଥିଲେ । ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଆର୍ଶୀବାଦ ନେଇଥିଲେ । ପରେ ନିଜ ବାଲ୍ୟକାଳ ସହପାଠୀନୀଙ୍କ ସହ ସାକ୍ଷାତ କରିବା ସହ ନିଜ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ଜୟଦେବ ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକର ଉନ୍ମୋଚନ କରିଥିଲେ ।

ABOUT THE AUTHOR

...view details