ଓଡିଶା

odisha

ETV Bharat / state

Make in Odisha conclave: ନଭେମ୍ବର ୩୦ରୁ ଆରମ୍ଭ, ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ କହିଲେ ଶିଳ୍ପ ସଚିବ - ମେକ୍ ଇନ୍ ଓଡିଶା କନକ୍ଲେଭ

ଆସନ୍ତା ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବ ମେକ୍ ଇନ୍ ଓଡିଶା କନକ୍ଲେଭ । ଏହି ଶିଳ୍ପ ମହାକୁମ୍ଭରେ ଅନୁଷ୍ଠିତ ହେବାକୁ ଥିବା ପ୍ରତ୍ୟେକ କାର୍ଯ୍ୟକ୍ରମକୁ ସୁବିଧାରେ ପ୍ରଚାର ପ୍ରସାର ନିମନ୍ତେ ଗଣମାଧ୍ୟମ ପରିଚାଳନା ସମ୍ପର୍କରେ ଆଲୋଚନା ହୋଇଛି। ଅଧିକ ପଢ଼ନ୍ତୁ

principal secretary of industries department meeting for media planning for make in odisha conclave
ଆସନ୍ତା 30ରୁ ମେକ୍ ଇନ୍ ଓଡିଶା କନକ୍ଲେଭ, ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ କହିଲେ ଶିଳ୍ପ ସଚିବ

By

Published : Nov 19, 2022, 12:25 PM IST

ଭୁବନେଶ୍ବର: ମେକ୍ ଇନ୍ ଓଡିଶା ୨୦୧୬ ଏବଂ ୨୦୧୮ର ସଫଳତା ପରେ ଏହାର ତୃତୀୟ ସଂସ୍କରଣ ଆୟୋଜନ ନେଇ ଜୋରଦାର ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର । ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ମେକ୍ ଇନ୍ ଓଡିଶା କନକ୍ଲେଭ ଅନୁଷ୍ଠିତ ହେବ । ଏନେଇ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି । ମେକ ଇନ ଓଡିଶା କନକ୍ଲେଭର ସଫଳ ଆୟୋଜନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ।

ଆସନ୍ତା 30ରୁ ମେକ୍ ଇନ୍ ଓଡିଶା କନକ୍ଲେଭ

ଏହି ବୃହତ ଶିଳ୍ପ ମହାକୁମ୍ଭରେ ଅନୁଷ୍ଠିତ ହେବାକୁ ଥିବା ପ୍ରତ୍ୟେକ କାର୍ଯ୍ୟକ୍ରମକୁ ସୁବିଧାରେ ପ୍ରଚାର ପ୍ରସାର ନିମନ୍ତେ ଭୁବନେଶ୍ୱର ସ୍ଥିତ ଇଡକୋ ସମ୍ମିଳନୀ କକ୍ଷରେ ଗଣମାଧ୍ୟମ ପରିଚାଳନା ସମ୍ପର୍କରେ ବିଶଦ୍ ଆଲୋଚନା ହୋଇଛି । ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଇଡକୋର ଅଧ୍ୟକ୍ଷ ହେମନ୍ତ କୁମାର ଶର୍ମା ଯୋଗ ଦେଇ ଏହି କନକ୍ଲେଭ ନେଇ ମିଡ଼ିଆ ପ୍ଲାନିଂ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ବିଶଦ୍ ଭାବେ ସୂଚନା ଦେଇଛନ୍ତି । ଗଣମାଧ୍ୟମ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଶିଳ୍ପ ସଚିବ ବିଚାରକୁ ନେଇଛନ୍ତି ।

ଏନେଇ ହେମନ୍ତ କୁମାର ଶର୍ମା କହିଛନ୍ତି, "କନକ୍ଲେଭରେ ଦେଶବିଦେଶରୁ ଶିଳ୍ପପତିମାନେ ଯୋଗ ଦେବେ । ଆମ ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ ରହିଥିବା ପୁଞ୍ଜିନିବେଶ ସୁଯୋଗ ସମ୍ପର୍କରେ ଆଲୋଚନା କରିବେ । ଏଥି ନିମନ୍ତେ ବ୍ୟବସାୟିକ ନେତୃତ୍ୱ ସମ୍ପର୍କିତ ପାରସ୍ପରିକ ଆଲୋଚନା ସହ ଶିଳ୍ପର ଅଭିବୃଦ୍ଧି ନିମନ୍ତେ ବୈଷୟିକ ଜ୍ଞାନକୌଶଳରେ ଅଭିନବତ୍ୱ ଆଣିବା, ସ୍କିଲଡ ଇନ ଓଡିଶା, ଷ୍ଟାର୍ଟ ଅପ ଓଡିଶା, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ, ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା, ଓଡିଶାର ଶିଳ୍ପ ବିକାଶର ଦକ୍ଷତା ଓ ପୁଞ୍ଜି ନିବେଶ ପରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ ।"

ଏହି ଅବସରରେ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ରହିଛି । ମେକ୍ ଇନ ଇଣ୍ଡିଆ କନକ୍ଲେଭକୁ ସଫଳତାର ସହିତ ଆୟୋଜନ କରିବାକୁ ରାଜ୍ୟ ଶିଳ୍ପ ବିଭାଗ, ଫିକି, ଇପିକଲ ସହିତ ପି.ଡବ୍ଲୁ.ସି, ଲାନିୟାର୍ଡସ୍, ଜେନେସିସ୍ ଆଦି ସଂସ୍ଥା ସହଯୋଗ କରୁଛନ୍ତି । ବୈଠକରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆବଶ୍ୟକ ସୂଚନା ପ୍ରଦାନ କରାଯିବା ସହିତ କାର୍ଯ୍ୟକ୍ରମର ସଫଳ ପ୍ରଚାର ପ୍ରସାର ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ଦିବସରେ ସୂଚନା ଓ ଲୋକସଂପର୍କ ବିଭାଗର ସୂଚନା ଅଧିକାରୀମାନେ ମଧ୍ୟ ସରକାରଙ୍କ ସମ୍ପୃକ୍ତ ବିଭିନ୍ନ ବିଭାଗରୁ ସୂଚନା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଯୋଗାଇ ଦେବା ପାଇଁ ତଦନୁସାରେ ଯୋଜନା ପ୍ରସ୍ତୁତ ହୋଇଥିବା ସେ ପ୍ରକାଶ କରିଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ:Odisha Cabinet Meeting: ୧୭ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମୋହର

କାର୍ଯ୍ୟକ୍ରମର ସିଧା ପ୍ରସାରଣ, ବିଭିନ୍ନ ବୈଦ୍ୟୁତିକ ଚ୍ୟାନେଲଗୁଡ଼ିକ ଦ୍ୱାରା ଟିଭି କଭରେଜ, ଫଟୋ କଭରେଜ, ଓବି ଭ୍ୟାନର ଅବସ୍ଥାନ ଆଦି ସଂପର୍କରେ ଆଲୋଚନା କରାଯାଇଛି । ବିଭିନ୍ନ ଗଣମାଧ୍ୟମ ସଂସ୍ଥାରୁ ବିଜନେସ ରିପୋର୍ଟିଂ ପ୍ରତିନିଧି ଭାବେ ଏଣ୍ଟ୍ରି ପାସ ପାଇବାକୁ ଥିବା ପ୍ରତିନିଧିମାନଙ୍କୁ ଗେଟ୍ ନଂ-୩ ଦେଇ ପ୍ରବେଶ ଅନୁମତି ରହିବ । କନକ୍ଲେଭରେ ଉପଲବ୍ଧ ସ୍ଥାନକୁ ଦୃଷ୍ଟି ଦେବା ସହିତ ଗଣମାଧ୍ୟମ ପ୍ରତିନିଧିମାନେ ଯେପରି ସୁବିଧାରେ କାର୍ଯ୍ୟକ୍ରମର ପ୍ରସାରଣ ବା ପ୍ରକାଶନର ସୁବିଧା ପାଇବେ, ସେ ସଂପର୍କରେ ଗୁରୁତ୍ୱ ଦିଆଯାଇ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ପ୍ରକାଶ କରିଛନ୍ତି ।

ଆୟୋଜିତ ଆଲୋଚନାରେ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡାଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀ, ବିଭିନ୍ନ ବୈଦ୍ୟୁତିକ ଓ ମୁଦ୍ରଣ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details