ଭୁବନେଶ୍ବର:ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ । ତାତିରୁ ମିଳିଛି ଆଶ୍ବସ୍ତି । ଆସନ୍ତା 24 ଘଣ୍ଟାରେ କୋରାପୁଟ, ରାୟଗଡା, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଆସନ୍ତାକାଲି(ଶୁକ୍ରବାର) ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ତେବେ ସେହି ସବୁ ଜିଲ୍ଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ଦେଓଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ,ଯାଜପୁର, ଢେ଼ଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି,ରାୟଗଡ଼ା,କୋରାପୁଟ । ଏଥିସହ ୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ସେହିପରି ୧୧ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବ ଯୋଗୁଁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଭୁବନେଶ୍ଵରରେ ପାଗ ମୁଖ୍ୟତଃ ମେଘୁଆ ରହିବା ସହ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ପାଖାପାଖି ରହିଥିବା ପାଣିପାଗ ବିଭାଗର ସୂଚନା ।