ଭୁବନେଶ୍ବର:ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗୁଳୁଗୁଳି ସହ ତାପମାତ୍ରା ପାଇଁ ସାଧାରଣ ଜନ ଜୀବନ ପ୍ରଭାବିତ। ସେହିପରି ଆହୁରି ୩ ଦିନ ରାଜ୍ୟରେ ଲାଗି ରହିବ ଗ୍ରୀଷ୍ମ ପ୍ରବାହ। ଏହାରି ଭିତରେ କିଛି କିଛି ସ୍ଥାନରେ ଅସହ୍ୟ ତାତିରୁ ଆଶ୍ବସ୍ତି ଦେଇଛି କାଳବୈଶାଖୀ ବର୍ଷା । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ 12 ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, କନ୍ଧମାଳ କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଓ ଢେଙ୍କାନାଳ ।
ଅନ୍ୟପଟେ ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକରେ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି । କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ବର୍ଷା ହୋଇପାରେ । ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେନଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ନେଇ ୧୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।