ଭୁବନେଶ୍ବର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଫିକା ପଡିପାରେ ପାର୍ବଣର ପସରା । ଲଘୁଚାପ ପ୍ରଭାବରେ ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ବର୍ଷାକୁ ନେଇ ଭିଜିବ ଦଶହରା । ତେବେ ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ବିଶେଷ ଭବେ ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ରହିବ ।
ଆସନ୍ତା 18, 19 ଓ 20 ତାରିଖରେ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୨ କିମ୍ବା ୨୩ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ବିଭାଗ । ଘନୀଭୂତ ହେବା ପରେ ୨୩ ତାରିଖ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଉପକୂଳରେ ପ୍ରଭାବ ପକାଇବ । ତେବେ ଲଘୁଚାପ କ୍ଷେତ୍ର କେଉଁ ତାରିଖରେ ସୃଷ୍ଟି ହେବ ସେନେଇ କିଛି ସ୍ପଷ୍ଟ ହୋଇ ନାହିଁ । ସେହିପରି ୨୪ ଓ ୨୫ ତାରିଖବେଳକୁ ଉତ୍ତର ଓଡ଼ିଶାକୁ ପ୍ରବେଶ କରିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ମୋଟା ମୋଟି ଭାବେ ୨୩ ରୁ ୨୬ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ବେଳେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଲଗାଣ ବର୍ଷା ସମ୍ଭାବନ କମ୍ ରହିଛି ।