୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କମ ରହିବ ବର୍ଷାର ପ୍ରଭାବ ଭୁବନେଶ୍ବର: ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ କମ ରହିବା ନେଇ ସୂଚନା ଦେଲା ଅଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠୁ ରାଜ୍ୟରେ କମିବ ବର୍ଷାର ପ୍ରଭାବ। କାଁଭାଁ କିଛି କିଛି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ରାଜ୍ୟରେ ଆସନ୍ତାକାଲି ୨୪ ଘଣ୍ଟାରେ କିଛି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନେଇ ୨୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ପାଣିପାଗ ବିଭାଗ । ସେସବୁ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡା ସୁନ୍ଦରଗଡ କଳାହାଣ୍ଡି ଏବଂ ନବରଙ୍ଗପୁରକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏହା ବି ପଢନ୍ତୁ: Weather update: କାଲିଠୁ କମିବ, ୩୧ରୁ ବଢିବ ବର୍ଷା
ସେହିପରି ଆସନ୍ତାକାଲି (ରବିବାର) ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଏହି 6 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ବତ୍ତମାନ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ବେଳେ ମୌସୁମୀର ସକ୍ରିୟତାକୁ ନେଇ ପୁଣି ୩୧ ରୁ ବର୍ଷା ବଢିବ ବୋଲି ଆକଳନ କରିଛି ବିଭାଗ । ଏହାଫଳରେ ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ପ୍ରଭାବିତ ହେବା ନେଇ ଅନୁମାନ କରିଛି ବିଭାଗ ।
ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ତୁଳନାରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ବୌଦ୍ଧ ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ିଜନିତ ବର୍ଷା ହୋଇଥିବା ବେଳେ କୋରାପୁଟର କୋଟପାଡ଼ରେ ସର୍ବାଧିକ ୬୨.୦ ମିମି ବର୍ଷା ରେକର୍ଡ କରାଯାଇଛି ।
ଏହା ବି ପଢନ୍ତୁ: ରାଜ୍ୟରେ ସକ୍ରିୟ ଲଘୁଚାପ: ୧୩ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଇଟିଭି ଭାରତ, ଭୁବନେଶ୍ବର