ଓଡିଶା

odisha

ETV Bharat / state

ଆସନ୍ତା 20 ଯାଏଁ ରାଜ୍ୟରେ କାଳବୈଶାଖୀ - କାଳବୈଶାଖୀ

ଆସନ୍ତା 20 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା । ପୂର୍ବାନୁମାନ କଲା ଭୁବନେଶ୍ବର ପାଣିପାଗ ବିଭାଗ ।

ଫଟୋ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର

By

Published : Mar 17, 2019, 8:54 PM IST

ଭୁବନେଶ୍ବର: ଆଜିଠୁ ଆସନ୍ତା 20 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା 24 ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ସହ ବିଜୁଳି ଲାଗିରହିବ । ସେହିପରି ସୁନ୍ଦରଗଡ଼,କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କଳାହାଣ୍ଡି ଓ କନ୍ଧମାଳରେ ଆସନ୍ତା କାଲି କାଳବୈଶାଖୀ ଦେଖାଦେବ । ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ସେପଟେ ସୁନ୍ଦରଗଡ଼ରେ 6 ମିଲିମିଟର ଓ କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, ଢେଙ୍କାନାଳରେ 3 ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଟିଟିଲାଗଡ଼ରେ ସର୍ବାଧିକ 38 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ସୋନପୁରରେ ସର୍ବନିମ୍ନ 16 ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ

ABOUT THE AUTHOR

...view details