ଭୁବନେଶ୍ବର:ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟରେ ପ୍ରତିଷ୍ଠା ହେବ ଆହୁରି ୧୦୦ଟି SCST ହଷ୍ଟେଲ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରଗି ଫୁଲ ମହୋତ୍ସବର ଉଦ୍ଯାପନ ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏବାବଦରେ ଘୋଷଣା କରିଥିଲେ । SCST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର କାର୍ଯ୍ୟକ୍ରମରେ ସାମିଲ ହୋଇ ପିଲାମାନଙ୍କୁ ପ୍ରେରଣା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି । ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ପିଲା କାହା ଠାରୁ କମ୍ ନୁହଁ । ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ ଓ ଜୀବନରେ ପ୍ରତିଷ୍ଠା ଲାଭ କର । ‘ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ ।