ଓଡିଶା

odisha

ETV Bharat / state

Weather update: ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ, ବନ୍ୟା ଆଶଙ୍କା ! - ଲଘୁଚାପ କ୍ଷେତ୍ର

ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ଅଧିକ ପଢନ୍ତୁ

ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର
ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର

By

Published : Jul 26, 2023, 8:20 PM IST

ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଏବେ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୭୦ରୁ ୨ଶହ ମିଲିମିଟର ବର୍ଷା ନେଇ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆସନ୍ତାକାଲି(ଗୁରୁବାର) ପ୍ରବଳ ବର୍ଷା ନେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ସୁଦୃଶ ଲଘୁଚାପ ଅଧିକ ଘନୀଭୁତ ହୋଇପାରୁ ନାହିଁ । ତେଣୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ନଥିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଉପକୂଳ ଓଡ଼ିଶାରେ ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ଥିବାରୁ ତୁହାକୁ ତୁହା ବର୍ଷା ଲାଗି ରହିବ । ବର୍ଷା ସମୟରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । 29 ତାରିଖ ପରଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ।
ଅଧିକ ପଢ଼ନ୍ତୁ: Weather Update: ୨୪ ଘଣ୍ଟାର ଅବପାତ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

ବିଶେଷ ଭାବେ ଓଡ଼ିଶାର ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଆକସ୍ମିକ ବନ୍ୟା ସହ ଭୂସ୍ଖଳନର ମଧ୍ୟ ସମ୍ଭାବନା ଥିବା କହିଛନ୍ତି ପାଣିପାଗ ବିଭାଗ । ଏନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, "୨୭ରୁ ବର୍ଷାର ପରିମାଣ କମିବ । ହେଲେ ୨୯ ତାରିଖରୁ ବର୍ଷାର ବିସ୍ତୃତି ବୃଦ୍ଧି ହେବ । ଉପକୂଳ ସମେତ ଆଭ୍ୟନ୍ତରଣୀ ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ହେବ । ଚଳିତ ୧ ଜୁନରୁ ୨୬ ଜୁଲାଇ ମଧ୍ୟରେ ସ୍ୱାଭାବିକ ବର୍ଷା ୪୮୯.୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାରେ ନିଅଁଟିଆ ୨ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍, ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।"

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details