ଭୁବନେଶ୍ବର: ଦୟା ନଦୀ ପାଣିକୁ ପ୍ରଦୂଷଣ ମୁକ୍ତ ରଖାଯିବା ଉପରେ ଗୁରୁତ୍ୱ । ଏନେଇ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦୟା ନଦୀ ପାଣିକୁ ପ୍ରଦୂଷଣ ମୁକ୍ତ ରଖିବା ସମ୍ପର୍କରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ । ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ନଗର ଉନ୍ନୟନ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ପାଣ୍ଡିଆନଙ୍କ ନିର୍ଦ୍ଦେଶ ।
ଦୟା ନଦୀର ଜଳକୁ ବିଶୁଦ୍ଧ ରଖିବା ସଂକ୍ରାନ୍ତରେ ଆଜି 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ପ୍ରତିଷ୍ଠାନର ଦୂଷିତ ଜଳକୁ ସ୍ୱେରେଜ ଲାଇନ ସହିତ ସଂଯୋଗ କରିବା ପାଇଁ ବ୍ୟଧ୍ୟତାମୂଳକ କରାଯାଇଛି । ଏହା ସହିତ ବିଏମସିର ସବୁ ଘର ଯେପରି ସ୍ୱେରେଜ ଲାଇନ ସହିତ ଶୀଘ୍ର ସଂଯୁକ୍ତ ହୋଇପାରିବ ସେ ଦିଗରେ ମଧ୍ୟ ସଚେତନତା ସୃଷ୍ଟି କରିବା ପାଇଁ ସେ ନିର୍ଦ୍ଦେଶ ଦିଆଯାଇଛି । ଭୁବନେଶ୍ୱରରେ ୱାଟକୋ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସ୍ୱେରେଜ କାମ ଚାଲିଛି । ବିଭିନ୍ନ ଏଜେନ୍ସି ସହ ସମନ୍ୱୟ ରକ୍ଷା କରି କାମ କଲେ ଜନସାଧାରଣଙ୍କ ବିଶେଷ ଅସୁବିଧା ହେବ ନାହିଁ । ଏହା ସହିତ ସ୍ୱେରେଜ କାମ ତ୍ୱରାନ୍ୱିତ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବସ୍ତି ସମେତ ସହରର ସବୁ ଅଞ୍ଚଳ ଯେପରି ସ୍ୱେରେଜ ବ୍ୟବସ୍ଥା ସହିତ ସଂଯୁକ୍ତ ହେବ ସେଦିଗରେ ପଦକ୍ଷେପ ନେବା ପାଇଁ ସେ ୱାଟକୋକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହା ମଧ୍ୟ ପଢ଼ନ୍ତୁ....‘ଗାଡକଣର ଅଳିଆ ପାହାଡକୁ ଲୁଚେଇବାକୁ ଟେକ୍ନୋଲୋଜିର ଗୋଲାପୀ ଗପ କହୁଛି ବିଏମସି’