ଭୁବନେଶ୍ୱର:ଓଡ଼ିଶାରୁ ଉଠିବ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ । ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି । କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ମଞ୍ଜୁରୀ ଦିଆଯାଇଛି । ରାଜ୍ୟରୁ ଉଷୁନା ଚାଉଳ ଉଠାଇବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଥିବା ଚିଠିର ଉତ୍ତରରେ ଏନେଇ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ । ଅନୁରୋଧ ରକ୍ଷା କରି ତ୍ବରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତ ୧୬ ତାରିଖରେ ପିୟୁଷଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିବା ପରେ ତ୍ବରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର । କେନ୍ଦ୍ର ସରକାର ଏନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ଦ୍ବାରା ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଉତ୍ତରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ । ଅନୁରୋଧକୁ ରକ୍ଷା କରି ତ୍ବରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲଙ୍କୁ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି । ଏହି ପଦକ୍ଷେପ ଦ୍ବାରା ଓଡ଼ିଶାର ଲକ୍ଷାଧିକ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି ।
ଏହାମଧ୍ୟ ପଢନ୍ତୁ.. ଭଦ୍ରକରେ ଧାନ ମଣ୍ଡି ସମସ୍ୟା: କଟନୀକୁ ନେଇ ଚାଷୀ ଅସନ୍ତୋଷ, ଘାରିଲାଣି ଅଭାବୀ ବିକ୍ରି ଭୟ