ଓଡିଶା

odisha

ETV Bharat / state

'ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ; ପ୍ରତି ଜିଲ୍ଲାରେ ହେବ ଲାଙ୍ଗୁଏଜ ଲ୍ୟାବ' - ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ । ପ୍ରତି ଜିଲ୍ଲାରେ ଲାଙ୍ଗୁଏଜ ଲ୍ୟାବ ହେବ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧିକ ପଢନ୍ତୁ

Etv Bharat
Etv Bharat

By ETV Bharat Odisha Team

Published : Oct 1, 2023, 6:58 AM IST

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥି ସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି ।

ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀ କହିଛନ୍ତି, "ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ । ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ । ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ । ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । ପ୍ରତି ଜିଲ୍ଲାରେ Language Lab କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ।"

ଏହା ବି ପଢନ୍ତୁ- ବଦଳୁଛି ଶିକ୍ଷା ବ୍ୟବସ୍ଥା; ଜାପାନୀ ଭାଷା ଶିଖିଲେ, ଜାପାନରେ ଚାକିରି କରିବେ ତିନି ଓଡିଆ ପୁଅ

ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଚୈତନ୍ୟ ପ୍ରସାଦ ମାଝୀ ଏହି ଶବ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି । ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍‌ମାନେ ମଧ୍ୟ ସହଯୋଗ କରିଛନ୍ତି । ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶବ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ପାଇଁ ଅନ୍‌ଲାଇନ୍‌ରେ ଉପଲବ୍ଧ ହେବ । ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ୍‌ କୋର୍ସ୍‌ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି ।

କାର୍ଯ୍ୟକ୍ରମରେ 5T ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଜନଜାତି ଭାଷା, ସାହିତ୍ୟ ଓ ସଂସ୍କୃତି ପ୍ରଚାର ପାଇଁ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଛନ୍ତି । ବିଭାଗୀୟ କମିଶନର-ତଥା-ଶାସନ ସଚିବ ରୂପାରୋଷନ ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାବିତ ଚୈତନ୍ୟ ପ୍ରସାଦ ମାଝୀଙ୍କ ସହ କୁଇ, କୂଭି, ଗୋଣ୍ଡି ଓ ମୁଣ୍ଡା ଜନଜାତି ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details