ଓଡିଶା

odisha

ETV Bharat / state

ମଙ୍ଗଳବାରଠୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’, ମୁଖ୍ୟ ଆକର୍ଷଣ ସାଜିବ ଆକାଂକ୍ଷୀ ପାଭିଲିୟନ

ଆସନ୍ତାକାଲିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ । କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍‌’। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅଧିକ ପଢନ୍ତୁ

fest for children
ଆସନ୍ତାକାଲିଠୁ ଶିଶୁ ମହୋତ୍ସବ ‘ସୁରଭି’

By ETV Bharat Odisha Team

Published : Nov 13, 2023, 8:54 PM IST

ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ । କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍‌’। ଏହି କାର୍ଯ୍ୟକ୍ରମରେ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୋଗଦେବାକୁ ଥିବାବେଳେ ଉଦ୍‌ଯାପନୀ ଉତ୍ସବ ଦିନ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତିବର୍ଷ ଶିଶୁ ଦିବସ ଅବସରରେ ଆୟୋଜନ ହେଉଛି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’।

ଆସନ୍ତାକାଲି(ମଙ୍ଗଳବାର) ଠାରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଗୁରୁବାର ପର୍ଯ୍ୟନ୍ତ ୟୁନିଟ୍‌-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏହି ମହୋତ୍ସବରେ ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ । ପ୍ରାୟ ୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ । ଏହି ୩ ଦିନିଆ ମହୋତ୍ସବର ମୁଖ୍ୟ ଆକର୍ଷଣ ସାଜିବ ‘ଆକାଂକ୍ଷୀ ପାଭିଲିୟନ୍‌’। ବିଦ୍ୟାଳୟରେ ଆରମ୍ଭ ହୋଇଥିବା ଆକାଂକ୍ଷୀ ପାଠ୍ୟକ୍ରମ ଏବଂ କ୍ଲବ କାର୍ଯ୍ୟକ୍ରମ ଗୁଡି଼କ ଏହି ପାଭିଲିୟନରେ ପ୍ରଦର୍ଶିତ ହେବ । ୫-ଟି ବିଦ୍ୟାଳୟ ରୂପାନ୍ତରୀକରଣ ଅଧୀନରେ ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିନବ ପଦକ୍ଷେପକୁ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ଦର୍ଶକମାନେ ଦେଖିପାରିବେ ।


‘ସୁରଭି’ର ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ବିଏମସି ମେୟର ସୁଲୋଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ କୁମାର ରାଉତ ଓ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗ ଦେଇ ଏହାକୁ ଉଦଘାଟନ କରିବେ । ଉତ୍ସବର ଦ୍ୱିତୀୟ ଦିନରେ ଛାତ୍ରଛାତ୍ରୀମାନେ ଖଣ୍ଡିଗିରି, ଉଦୟଗିରି, ଧଉଳିଗିରି, ନନ୍ଦନକାନନ, କଳାଭୂମି, ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର, ଅନୁସୂଚିତ ଜାତି ଓ ଜନଜାତି ସଂଗ୍ରହାଳୟ, ପଠାଣିସାମନ୍ତ ପ୍ଲାନେଟୋରିୟମ ଓ ନ୍ୟାଚୁରାଲ ହିଷ୍ଟ୍ରି ଅଫ୍ ମ୍ୟୁଜିୟମ ପରିଦର୍ଶନ କରିବେ ।

ଏହା ବି ପଢନ୍ତୁ...ରାୟଗଡାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-2023 ସମାପନ

ଆଉ ଏକ ମୁଖ୍ୟ ଆକର୍ଷଣ ସାଜିବ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ‘ଛାୟା ମିଳିତ ଜାତିସଂଘ’। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ପ୍ରମିଳା ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେବେ । ସନ୍ଧ୍ୟାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଭାଗୀୟ ମନ୍ତ୍ରୀ, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାରକାନ୍ତି ବେହେରା ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କ ସମେତ ଓଡି଼ଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଉପେନ୍ଦ୍ର ତ୍ରିପାଠୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବେ । ତେବେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details