ଓଡିଶା

odisha

ETV Bharat / state

ଆଜି କାଳବୈଶାଖୀ ସମ୍ଭାବନା

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଫଟୋ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର

By

Published : Apr 13, 2019, 8:35 AM IST

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ ବର୍ଷା ସହ ଘଡଘଡିର ଆଶଙ୍କା ଦେଖାଯାଉଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ସୂଚନା ଦେଇଛି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର

ଏହାସହ ଘଣ୍ଟାପ୍ରତି 40 ରୁ 50 କିଲୋମିଟର ବେଗରେ ପବନ ବୋହିବା ମଧ୍ୟ ପୁର୍ବାନୁମାନ କରିଛି ପଣିପାଗ ବିଭାଗ । ଅନ୍ୟପଟେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମ ଲହରୀ ଜାରି ରହୁଥିବା ବେଳେ ଆସନ୍ତା 24 ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶା ସହ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ର 41 ଡିଗ୍ରୀ ରେକର୍ଡ କରାଯାଇଛି ।


ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ

ABOUT THE AUTHOR

...view details