ଓଡିଶା

odisha

ETV Bharat / state

ପ୍ରଧାନ ଶିକ୍ଷକଙ୍କ ବହିଷ୍କାର ଦାବିରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ଘେରାଉ

ଖୋର୍ଦ୍ଧା ବାଲିପାଟଣା ବ୍ଲକର ବରାହୀ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବିରେ ସ୍ଥାନୀୟ ବାସିନ୍ଦା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ।

By

Published : Jun 26, 2019, 7:15 PM IST

ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ଖୋର୍ଦ୍ଧା: ଶିକ୍ଷକଙ୍କୁ ବହିଷ୍କାର ଦାବିରେ ଧାରଣା । ଖୋର୍ଦ୍ଧା ବାଲିପାଟଣା ବ୍ଲକର ବରାହୀ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବିରେ ସ୍ଥାନୀୟ ଅଞ୍ଚଳବାସୀ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣାରେ ବସିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା


ଏହି ବିଦ୍ୟାଳୟରେ ଏସଏମସି କମିଟି ଗଠନ ହୋଇ ନଥିବାରୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକମାନେ ଆସୁଥିବା ସରକାରୀ ଅର୍ଥକୁ ହରିଲୁଟ କରୁଛନ୍ତି । ଏହି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟ ପରିଚାଳନା ସମିତି ଅଧ୍ୟକ୍ଷ ସନ୍ତୋଷ କୁମାର କୁଣ୍ଡୁ ।


ଘଟଣା ସମ୍ପର୍କରେ ବିଭାଗୀୟ ମନ୍ତ୍ରୀ, ସଚିବ, ଜିଲ୍ଲାପାଳଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିଲା ନାହିଁ । ତେଣୁ ବାଧ୍ୟହୋଇ ଆଜି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିବା ସେ କହିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details